ଝାରସୁଗୁଡ଼ା ଜିଲା ଚିଠି: ନିଯୁକ୍ତି ମେଳା

ଶିଳ୍ପନଗର ଝାରସୁଗୁଡ଼ାରେ ଦିନକୁ ଦିନ ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢ଼ି ଚାଲିଛି। ଜିଲାରେ ବହୁ ଶିଳ୍ପସଂସ୍ଥା ଥିଲେ ମଧ୍ୟ ସ୍ଥାନୀୟ ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳୁନାହିଁ। ଜିଲା ପ୍ରଶାସନ ତଥା ଜିଲା ନିୟୋଜନ ଏବଂ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ନିଯୁକ୍ତି ମେଳାର ଆୟୋଜନ କରାଯାଉଛି। ହେଲେ ଜିଲାରେ ବେକାରଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ପ୍ରାୟ ୧୭ ହଜାର ଶିକ୍ଷିତ ଯୁବତୀଯୁବକ ଜିଲା ନିୟୋଜନ କାର୍ଯ୍ୟାଳୟରେ ନିଜ ନାମ ପଞ୍ଜୀକୃତ କରିଛନ୍ତି। ସେମାନଙ୍କୁ ନିଯୁକ୍ତି ଦେବା ପାଇଁ ବର୍ଷର ଅଧିକାଂଶ ସମୟରେ ନିଯୁକ୍ତି ମେଳାର ଆୟୋଜନ କରାଯାଉଛି। ହେଲେ ନିଯୁକ୍ତି ପ୍ରଦାନକାରୀ ସଂସ୍ଥାମାନେ ନାମ ପଞ୍ଜୀକରଣ କରିଥିବା ଯୁବତୀଯୁବକଙ୍କ ଶିକ୍ଷାଗତ ଯୋଗ୍ୟତା ଅନୁସାରେ ନିଯୁକ୍ତି ପ୍ରଦାନ କରୁ ନ ଥିବାରୁ ସେମାନେ ନିରାଶ ହେଉଥିବା ଅଭିଯୋଗ ହୋଇଛି। ନିକଟରେ ଜିଲାର ବେଲପାହାଡଠାରେ ଏକ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ସେଥିରେ ପ୍ରାୟ ୨୫ଟି ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ଯୋଗ ଦେଇଥିଲେ। ଏହି ମେଳାରେ ୮୯୩ ଜଣ ନିଜର ନାମ ପଞ୍ଜୀକୃତ କରିଥିଲେ। ସେଥିମଧ୍ୟରୁ ୩୧୬ ଜଣଙ୍କୁ ସିଧାସଳଖ ନିଯୁକ୍ତି ପ୍ରଦାନ କରାଯାଇଥିଲା। ୨୯୪ ଜଣଙ୍କୁ ତାଲିମ ପରେ ନିଯୁକ୍ତି ପ୍ରଦାନ କରିବା ପାଇଁ ଚୟନ କରାଯାଇଥିଲା। ତେବେ ୨୫ ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ମଧ୍ୟରୁ କେବଳ ସିକ୍ୟୁରିଟି ଗାର୍ଡ ନିଯୁକ୍ତି ପାଇଁ ଅର୍ଦ୍ଧାଧିକ ସଂସ୍ଥା ଆସିଥିଲେ। ଫଳରେ ଜିଲାରେ ଥିବା ଶହ ଶହ ଡିଗ୍ରୀ ଓ ଡିପ୍ଲୋମାଧାରୀ ତଥା ଉଚ୍ଚଶିକ୍ଷିତ ଯୁବତୀଯୁବକମାନେ ନିରାଶ ହୋଇ ଫେରିଥିଲେ। ଅନ୍ୟପକ୍ଷେ ଏହି ନିଯୁକ୍ତି ମେଳା ସମ୍ପର୍କରେ ଠିକ୍‌ ଭାବେ ପ୍ରଚାର ପ୍ରସାର କରାଯାଇ ନ ଥିଲା। ଫଳରେ ଅଧିକାଂଶ ଶିକ୍ଷତ ଯୁବତୀଯୁବକ ଏ ସଂକ୍ରାନ୍ତରେ କୌଣସି ସୂଚନା ପାଇପାରି ନ ଥିଲେ। ସେହିପରି ମେଳାକୁ ଆସିଥିବା ୨୫ ସଂସ୍ଥା ମଧ୍ୟରୁ ଅର୍ଦ୍ଧାଧିକ ରାଜ୍ୟ ବାହାରେ ନିଯୁକ୍ତି ପ୍ରଦାନ କରୁଥିବାରୁ ଜଣେ ବି ଯୁବତୀଯୁବକ ସେଠାକୁ ଯାଇ ନ ଥିବା ଜଣାପଡିଛି। କାରଣ କମ ଦରମାରେ ରାଜ୍ୟ ବାହାରେ ରହି କାମ କରିବାକୁ କେହି ଉଚିତ ମଣି ନ ଥିଲେ। ସେହିପରି ୨୦୧୯ ସେପ୍ଟେମ୍ବରରେ ମଧ୍ୟ ଝାରସୁଗୁଡ଼ାରେ ଏକ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଉକ୍ତ ମେଳାରେ ନିଯୁକ୍ତି ପାଇଥିବା ଯୁବତୀଯୁବକମାନେ କର୍ମ ସଂସ୍ଥାନ ପାଇଲେ ନା ନାହିଁ ସେ ନେଇ ବିଭାଗ ନିକଟରେ କୌଣସି ସୂଚନା ନାହିଁ। ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ଓ ନିଯୁକ୍ତି ପାଇବାକୁ ଥିବା ବେକାରୀ ଯୁବତୀଯୁବକମାନଙ୍କୁ ଗୋଟିଏ ସ୍ଥାନରେ ଏକାଠି କରିବା ପ୍ରଶାସନର ଦାୟିତ୍ୱ। ହେଲେ ଏହି କ୍ଷେତ୍ରରେ ବିଭାଗୀୟ ଅଧିକାରୀମାନେ ଚୁପ ରହୁଥିବାରୁ ଶିକ୍ଷତ ବେକାରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। – ରବି ନାରାୟଣ ଚଲାନ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri