ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍‌.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି।
ଭୁବନେଶ୍ୱରରୁ ସ୍ବତନ୍ତ୍ର ଏକ ବିମାନ ଯୋଗେ ଆସି ୫ଟି ସଚିବ ପାଣ୍ଡିଆନ୍‌ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଓହ୍ଲାଇଥିଲେ। ଜିଲା ପ୍ରଶାସନ ତରଫରୁ ଜିଲାପାଳ ସରୋଜ କୁମାର ସାମଲ ଓ ଏସ୍‌ପି ଅଶ୍ୱିନୀ କୁମାର ମହାନ୍ତି ପ୍ରମୁଖ ୫-ଟି ସଚିବ ପାଣ୍ଡିଆନଙ୍କ ସହ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଓ ସ୍ବାସ୍ଥ୍ୟ ବିଭାଗ ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ କୁମାର ପ୍ରମୁଖଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ପରେ ସଚିବ ପାଣ୍ଡିଆନଙ୍କ ସହ ଅଧିକାରୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଁଞ୍ଚି ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରି ସ୍ବାସ୍ଥ୍ୟସେବା ସମ୍ପର୍କରେ ରୋଗୀଙ୍କୁ ପଚାରି ବୁଝିଥିଲେ। ପରେ ସଚିବ ପାଣ୍ଡିଆନ୍‌ ମୁଖ୍ୟ ଚିକିସତ୍ାଳୟରେ ଏକ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ଉତ୍ତମ ସ୍ବାସ୍ଥ୍ୟସେବା ସମ୍ପର୍କରେ ଆଲୋଚନା ହୋଇଥିଲା। ଏପରି କି ସ୍ବାସ୍ଥ୍ୟକେନ୍ଦ୍ରର ପରିମଳ ବ୍ୟବସ୍ଥା, ସୁରକ୍ଷା, ମାଗଣାରେ ଔଷଧ ପ୍ରଦାନ, ଖାଦ୍ୟ, ଡାଇଲୋସିସ୍‌ ଆଦି ସ୍ବାସ୍ଥ୍ୟସେବା ସହ ରୋଗୀଙ୍କୁ ଉତ୍ତମ ବ୍ୟବହାର ସମ୍ପର୍କରେ ଗୁରୁତ୍ୱାରୋପ କରାଯାଇଥିଲା। ଡାକ୍ତରଖାନାରେ ଆବଶ୍ୟକତା ରହିଥିବା ଲାପର୍‌ସ୍କୋପି ମେଶିନ୍‌, ଇଏନ୍‌ଟି ରିଲେଟେଡ୍‌ ଇକ୍ୱିଭ୍‌ମେଣ୍ଟ, ଥାର୍ମୋଲୋଜି ଇକ୍ୱିଭ୍‌ମେଣ୍ଟ, ଏଣ୍ଡ୍ରୋସ୍କୋପି ମେଶିନ୍‌ ଆଦି ସମ୍ପର୍କରେ ସିଡିଏମ୍‌ଓ ଡା.ବାରିକ ‘୫-ଟି’ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆବଶ୍ୟକ ଯନ୍ତ୍ରାଂଶ ଯଥାଶୀଘ୍ର ଯୋଗାଇ ଦିଆଯିବ ବୋଲି ବୈଠକରେ ସଚିବ କହିଥିଲେ। ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ ସଚିବ ମହାପାତ୍ର, ସ୍ବାସ୍ଥ୍ୟବିଭାଗ ଯୁଗ୍ମ ସଚିବ ଗୁହା ପୁନମ୍‌, ଜିଲାପାଳ ସାମଲ, ଡିଆଇଜି ହିମାଂଶୁଲାଲ୍‌, ଏସ୍‌ପି ମହାନ୍ତି, ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ, ଜିଲା ମୁଖ୍ୟ ଚିକିତ୍ସକ ଡା.ଜଗଦୀଶ ଚନ୍ଦ୍ର ବାରିକ, ଏଡିଏମ୍‌ଓ ଡା.ଡୋଲାମଣି ପଟେଲ, ଡା.ସୁପ୍ରଭା ବାରିକ, ଡା.ରବୀନ୍ଦ୍ର ମାଝି, ଡା.ଲକ୍ଷ୍ମଣ କର୍ମୀ, ଡିପିଏମ୍‌ ଗୁଲୁ ସାହୁ, ଅଭିଷେକ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri