ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌ ଆସିଥିବା ଜଣାପଡିଥିଲା। ଏହାର ୪ ଦିନ ପରେ ଜିଲାର ଲଖନପୁର ବ୍ଲକ ଅଂଚଳରେ ଜଣେ ୪୦ ବର୍ଷୀୟ ମହିଳା କରୋନା ପଜିଟିଭ୍‌ ଥିବା ଜଣାପଡିଛି। ଏହି ମହିଳାଙ୍କ ଘର ଉକ୍ତ ବ୍ଲକ କୋଡାଲୋଇ ଗାଁ ଅଧୀନ ଦହଲଡେରା ଅଞ୍ଚଳର ବୋଲି ଜଣାପଡିଛି। ଏନେଇ ଜିଲାପାଳ ସରୋଜ କୁମାର ସାମଲ ସୂଚନା ଦେଇଛନ୍ତି। ଗତ ୨୧ ତାରିଖ ଦିନ ଏହି ମହିଳା ସୁନ୍ଦରଗଡ଼ ଜିଲା ବନ୍ଦବାହାଲସ୍ଥିତ ତାଙ୍କର ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ଏବଂ ୨୬ ତାରିଖ ଦିନ ଘରକୁ ଫେରିଥିଲେ। ତାଙ୍କର ଜଣେ ସମ୍ପର୍କୀୟ ମହିଳା ସେହି ସମୟରେ ଗର୍ଭବତୀ ଥିବାରୁ ସେ ସୁନ୍ଦରଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ତେବେ ତାଙ୍କୁ ଦେଖିବାକୁ ଏହି ମହିଳା ଜଣକ ଯାଇଥିଲେ। ଅନ୍ୟପକ୍ଷରେ ଏହି ମହିଳା ହସ୍ପିଟାଲ ଯାଇଥିଲେ ନା ନାହିଁ ସେ ନେଇ ତଦନ୍ତ କରାଯାଉଥିବା ଜିଲାପାଳ ସାମଲ କହିଛନ୍ତି। ଏନେଇ ସୁନ୍ଦରଗଡ ଜିଲାପାଳଙ୍କ ସହ ଆଲୋଚନା କରି ମହିଳା କାହା କାହା ସହ ସଂସ୍ପର୍ଶରେ ଆସିଛନ୍ତି ତାହା ତଦନ୍ତ କରାଯାଉଛି ବୋଲି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri