ଝାରସୁଗୁଡାରେ କୋଭିଡ-୧୯ ହସ୍ପିଟାଲ ପାଇଁ ଏମ୍‌ଓୟୁ ସ୍ବାକ୍ଷରିତ

ଝାରସୁଗୁଡା ଅଫିସ,୧୩ା୪: ଝାରସୁଗୁଡା ସହରରେ କୋଭିଡ-୧୯ ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ସହରର ମଙ୍ଗଲ ବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚକିିତ୍ସାଳୟ କୋଠାରେ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଲା ଖଣିଜ ପାଣ୍ଠି ବିନିଯୋଗ କରାଯାଉଥିବା ବେଳେ ଭୁବନେଶ୍ୱର ହାଇଟେକ ମେଡିକାଲ କଲେଜ ସହଯୋଗ କରୁଛି। ଏଥିସହ ଝାରସୁଗୁଡାସ୍ଥିତ ବେଦାନ୍ତ ସହଯୋଗ କରୁଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ କରାଯିବା ନେଇ ଲକ୍ଷ ଧାର୍ଯ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ଡିଏମଏଫ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ଓ ହାଇଟେକ ମେଡିକାଲ କଲେଜ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ଏହି ଚିକିତ୍ସାଳୟରେ ୧୧୦ ଶଯ୍ୟା ବ୍ୟବସ୍ଥା କରାଯାଇଛି। ଯେଉଁଥିରେ ୧୦ଟି ଶଯ୍ୟା ଆଇସିୟୁରେ ଅନ୍ତର୍ଭୁକ୍ତ।  ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ଭାବେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇଥିବା ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପିଡି ଡିଆରଡିଏ ତପିରାମ ମାଝୀ, ସିଡିଏମଓ ଡା.ଜଗଦୀଶ ଚନ୍ଦ୍ର ବାରିକ, ହାଇଟେକ ମେଡିକାଲ କଲେଜର ଜ୍ୟୋତିର୍ମୟ ପଣ୍ଡା ପ୍ରମୁଖଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri