ଝାରସୁଗୁଡାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ରାଜ୍ୟ ଯୋଜନା ଓ ସଂଯୋଜନା ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତରେ ଆସି ସର୍କିଟ୍‌ ହାଉସ୍‌ରେ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିରେ ଜିଲାପାଳ ସରୋଜ କୁମାର ସାମଲ, ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଡେପୁଟି କଲେକ୍ଟର ଆଲୋମଣି ସେଠୀ, ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପନିର୍ଦ୍ଦେଶକ ଶରତ କୁମାର ନାୟକ, ସହକାରୀ ନିର୍ଦ୍ଦେଶକ ଦୁଃଶାସନ ନାୟକ, ପ୍ରକଳ୍ପ ପର୍ଯ୍ୟବେକ୍ଷଣ ୟୁନିଟ୍‌ର ପ୍ରମୁଖ ନଳିନୀ କୁମାର ଦାସ ପ୍ରମୁଖ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିରୁ ବିଭିନ୍ନ ବିଭାଗକୁ ମଞ୍ଜୁର ହୋଇଥିବା ଅର୍ଥର ସଦ୍‌ ବିନିଯୋଗ ଓ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। କାର୍ଯ୍ୟକ୍ରମଗୁଡିକର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ବେହେରା ନିର୍ଦ୍ଦେଶ ଦେଇଛନ୍ତି। ଏହି ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ୧୧୨୪.୭୬ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ପାଇଁ ମଞ୍ଜୁର କରାଯାଇଛି। ଏଥିମଧ୍ୟରୁ ୨୦୨.୧୭ କୋଟି ଟଙ୍କା ବିନିଯୋଗରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକ୍ଷମ କରାଯାଇଛି। ଏଥିମଧ୍ୟରେ ବିଶେଷଭାବେ ଜିଲାରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ପାନୀୟଜଳ ଯୋଗାଣ ଆଦି ପ୍ରକଳ୍ପଗୁଡିକୁ ଅଗ୍ରାଧିକାର ପ୍ରଦାନ କରାଯାଇଥିବାରୁ ମନ୍ତ୍ରୀ ବେହେରା ସନ୍ତୋଷ ବ୍ୟକ୍ତ କରିଥିଲେ। ନିୟମିତ ବ୍ୟବଧାନରେ ଖଣିଜ ପ୍ରତିଷ୍ଠାନ ପାଣ୍ଠିର କାର୍ଯ୍ୟକାରିଣୀ ବୈଠକ ଡାକିବା ସାଙ୍ଗକୁ ପ୍ରକଳ୍ପଗୁଡିକ କାର୍ଯ୍ୟକାରିତା ଓ ତ୍ୱରାନ୍ବିତ କରିବାକୁ ମନ୍ତ୍ରୀ ବେହେରା ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri