ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଲେ ଯେ, ଯେ ରାଜ୍ୟର ସବୁ ଜିଲାରେ କୋଭିଡ୍‌ ହସ୍ପିଟାଲ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବା ନେଇ ସ୍ବାସ୍ଥ୍ୟ ବିଭାଗ ତପତ୍ର ହୋଇଛି। ଝାରସୁଗୁଡା ଜିଲାରେ ଏକ ୧୫୦ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ଏ ପର୍ଯ୍ୟନ୍ତ ସ୍ଥାନ ନିରୁପଣ କରାଯାଇ ନାହିଁ। ଅନ୍ୟପକ୍ଷେ ସେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହିତ ସେ ଆଲୋଚନା କରି ମାସ୍କ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଇଦେବା ପାଇଁ ଅନୁରୋଧ କରିଛନ୍ତି। ତେବେ କରୋନା କଟକଣାକୁ ଝାରସୁଗୁଡା ଜିଲାବାସୀ ଓ ରାଜ୍ୟବାସୀ ମାନିବାକୁ ସେ ଅନୁରୋଧ କରିଛନ୍ତି। ଏହି ବୈଠକରେ ଜିଲାପାଳ ସରୋଜ କୁମାର ସାମଲ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଜଗଦୀଶ ଚନ୍ଦ୍ର ବାରିକ ଏବଂ କେୟାର ଓ ବିକାଶ ହସ୍ପିଟାଳର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

ଶ୍ରେଣୀଗୃହ ଅଭାବ, ସ୍କୁଲ ବାରଣ୍ଡାରେ ଚାଲିଛି ପାଠପଢ଼ା

ଲଖନପୁର,୭ା୧୧(ଗୌତମ ସାହୁ)- ଛାତ୍ରୀଛାତ୍ରଙ୍କୁ ଉତ୍ତମ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରି କି ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ କରାଯାଉଛି।...

ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ଟଙ୍କା ସହ ସୁନା ଗହଣା

ଝାରସୁଗୁଡ଼ା,୨୩।୧୦: ଝାରସୁଗୁଡ଼ା ଜିଲା ଲଇକେରା ଥାନା କୁଅଁରମାଲ ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଘର ଲୋକଙ୍କୁ ବାନ୍ଧି ବନ୍ଧୁକ ଏବଂ ଭୁଜାଲି ଦେଖାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri