ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଲେ ଯେ, ଯେ ରାଜ୍ୟର ସବୁ ଜିଲାରେ କୋଭିଡ୍‌ ହସ୍ପିଟାଲ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବା ନେଇ ସ୍ବାସ୍ଥ୍ୟ ବିଭାଗ ତପତ୍ର ହୋଇଛି। ଝାରସୁଗୁଡା ଜିଲାରେ ଏକ ୧୫୦ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ଏ ପର୍ଯ୍ୟନ୍ତ ସ୍ଥାନ ନିରୁପଣ କରାଯାଇ ନାହିଁ। ଅନ୍ୟପକ୍ଷେ ସେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହିତ ସେ ଆଲୋଚନା କରି ମାସ୍କ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଇଦେବା ପାଇଁ ଅନୁରୋଧ କରିଛନ୍ତି। ତେବେ କରୋନା କଟକଣାକୁ ଝାରସୁଗୁଡା ଜିଲାବାସୀ ଓ ରାଜ୍ୟବାସୀ ମାନିବାକୁ ସେ ଅନୁରୋଧ କରିଛନ୍ତି। ଏହି ବୈଠକରେ ଜିଲାପାଳ ସରୋଜ କୁମାର ସାମଲ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଜଗଦୀଶ ଚନ୍ଦ୍ର ବାରିକ ଏବଂ କେୟାର ଓ ବିକାଶ ହସ୍ପିଟାଳର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri