ଝାରସୁଗୁଡାରେ ହେବ ୧୫୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ

ଝାରସୁଗୁଡା ଅଫିସ,୩୧ା୩-ମଙ୍ଗଳବାର ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ କରୋନା ମୁକାବିଲା ପାଇଁ ସମୀକ୍ଷା କରାଯାଇଛି। ବୈଠକରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଲେ ଯେ, ଯେ ରାଜ୍ୟର ସବୁ ଜିଲାରେ କୋଭିଡ୍‌ ହସ୍ପିଟାଲ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବା ନେଇ ସ୍ବାସ୍ଥ୍ୟ ବିଭାଗ ତପତ୍ର ହୋଇଛି। ଝାରସୁଗୁଡା ଜିଲାରେ ଏକ ୧୫୦ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ କୋଭିଡ ହସ୍ପିଟାଲ ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ଏ ପର୍ଯ୍ୟନ୍ତ ସ୍ଥାନ ନିରୁପଣ କରାଯାଇ ନାହିଁ। ଅନ୍ୟପକ୍ଷେ ସେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହିତ ସେ ଆଲୋଚନା କରି ମାସ୍କ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଇଦେବା ପାଇଁ ଅନୁରୋଧ କରିଛନ୍ତି। ତେବେ କରୋନା କଟକଣାକୁ ଝାରସୁଗୁଡା ଜିଲାବାସୀ ଓ ରାଜ୍ୟବାସୀ ମାନିବାକୁ ସେ ଅନୁରୋଧ କରିଛନ୍ତି। ଏହି ବୈଠକରେ ଜିଲାପାଳ ସରୋଜ କୁମାର ସାମଲ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଜଗଦୀଶ ଚନ୍ଦ୍ର ବାରିକ ଏବଂ କେୟାର ଓ ବିକାଶ ହସ୍ପିଟାଳର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?