ଝାରସୁଗୁଡାରେ ୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ବର୍ଷର ଶିଶୁ ସଂସ୍ପର୍ଶରେ ଆସି ବର୍ଷକର ଶିଶୁ କନ୍ୟା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୨୩।୫: ଝାରସୁଗୁଡା ଜିଲାରେ ଶନିବାର ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବର୍ଷକର ଶିୁଶୁ ହୋଇଥିବା ବେଳେ ଅନ୍ୟ ଜଣକ ୪୦ବର୍ଷୀୟ ବ୍ୟକ୍ତି। ଏନେଇ ଜିଲାପାଳ ସରୋଜ କୁମାର ସାମଲ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଝାରସୁଗୁଡା ସହର ମଙ୍ଗଳବଜାର ଅଞ୍ଚଳର ଜଣେ ୫ ବର୍ଷର ଶିଶୁ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଥିଲା। ତେବେ ଶନିବାର ଚିହ୍ନଟ ହୋଇଥିବା ବର୍ଷକର ଶିଶୁ କନ୍ୟା ଉକ୍ତ ଶିଶୁ ସଂସ୍ପର୍ଶରେ ଆସି କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଉକ୍ତ ପରିବାର ଗତ ୧୬ତାରିଖରୁ ଆଗ୍ରାରୁ ଆସି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେହିପରି ଅନ୍ୟ ଜଣକ ଆକ୍ରାନ୍ତ ମହାରାଷ୍ଟ୍ରରୁ ଫେରିଥିବା ୪୦ବର୍ଷୀୟ ବ୍ୟକ୍ତି। ସେ ବ୍ରଜରାଜନଗର ସ୍ଥିତ ଟିଏମ୍‌ସିରେ କ୍ୱାରାଣ୍ଟାଇନ୍‌ରେ ଥିଲେ। ତେବେ ନୂଆ ଚିହ୍ନଟ ହୋଇଥିବା କାରୋନା ଆକ୍ରାନ୍ତଙ୍କୁ ନେଇ ଭୟଭୀତ ନ ହେବାକୁ ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଝାରସୁଗୁଡା ସହର ମଙ୍ଗଲବଜାରର କିଛି ଅଂଶ, ଡିଏଭି ସ୍କୁଲ ସ୍ଥିତ ଟିଏମ୍‌ସି ଓ ବ୍ରଜରାଜନଗରର ହିଲ୍‌ ଟପ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri