ଝାରସୁଗୁଡା ସହର ମଙ୍ଗଲବଜାରରେ ୧୪୪ ଧାରା ଲାଗୁ

ଝାରସୁଗୁଡା ଅଫିସ,୧୭। ୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ଝାରସୁଗୁଡା ସହର ଜନଗହଳି ପୂର୍ଣ୍ଣ ମଙ୍ଗଲବଜାର ଅଞ୍ଚଳରେ ମଙ୍ଗଳବାର ସକାଳୁ ୧୪୪ ଧାରା ଲାଗୁ କରାଯାଇଛି। ଏହା ସହ ଏଠାରେ ଅନୁଷ୍ଠିତ ହେଉଥିବା ସାପ୍ତାହିକ ହାଟକୁ ମଧ୍ୟ ବନ୍ଦ କରାଯାଇଛି । ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଡିଏମଏଫ କନଫରେନ୍ସ ହଲରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଆଗକୁ ଜିଲାର ସମସ୍ତ ସାପ୍ତାହିକ ହାଟଗୁଡିକରେ ୧୪୪ ଧାରା ଲାଗୁ କରାଯିବ। ଏହା ସହ ଜିଲାବାସୀ ଆତଙ୍କିତ ନ ହୋଇ ସଚେତନ ହେବାକୁ ଅନୁରୋଧ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଏସ୍‌ପି ଅଶ୍ବିନୀ ମହାନ୍ତି, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସିଡିଏମଓ ଡା.ଜଗଦୀଶ ଚନ୍ଦ୍ର ବାରିକ, ପିଡି (ଡିଆର୍‌ଡିଏ) ତପୀରାମ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?