ଝାରସୁଗୁଡା : ହୋମ କ୍ୱାରେଣ୍ଟାଇନରେ ଅଛନ୍ତି ୧୮୪୦ଜଣ

ଝାରସୁଗୁଡା ଅଫିସ,୫ା୪- କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ମାନ ନେଉଛି । ଜିଲା ପ୍ରଶାସନ ସହିତ ଜିଲା ସ୍ୱାସ୍ଥ୍ୟ ବିଭାଗ ଏଥିପାଇଁ ସଜାଗ ରହିଛି ବୋଲି ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି । ସୂଚନା ଦେଇ ସେ କହିଛନ୍ତି ଯେ, ଅଦ୍ୟାବଧି ଜିଲାର ୧୮୪୦ ଜଣ ହୋମ କ୍ୱାରେଣ୍ଟାଇନରେ ଅଛନ୍ତି । ଜିଲାରେ ୮୮ଟି ଆଇସୋଲେସନ ସେଣ୍ଟର କରାଯାଇଛି । ରବିବାର ସୁଦ୍ଧା ଜିଲାରୁ ୫୪ଟି ନମୁନା ପରୀକ୍ଷା ପାଇଁ ଯାଇଥିଲା। ସେଥିରୁ ୧୭ ଜଣଙ୍କ ରିପୋର୍ଟ ଆସିଛି ଯାହା ନେଗେଟିଭ ରହିଛି । ଏହା ସହିତ ଜିଲାର କୌଣସି ବ୍ୟକ୍ତି ନିଜାମୁଦ୍ଦିନ କାର୍ଯ୍ୟକ୍ରମକୁ ଯାଇ ନାହାନ୍ତି । ଏ ନେଇ ଜିଲାରେ ଥିବା ୨୧ଟି ମସଜିଦର ମୌଲାନାଙ୍କ ସହିତ ପ୍ରଶାସନ ଆଲୋଚନା କରିସାରିଛି । ସହରର ମଙ୍ଗଳବଜାରରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ ସ୍ଥାପନ କରାଯିବ । ଏଥିପାଇଁ କେୟାର ସହଯୋଗ କରୁଛି । ଆସନ୍ତା ତିନି ଦିନ ମଧ୍ୟରେ ଜିଲା ପ୍ରଶାସନ ଓ କେୟାର କର୍ତ୍ତୃପକ୍ଷଙ୍କ ମଧ୍ୟରେ ଚୁକ୍ତିନାମା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri