ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ

ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ ଧରି ଦେବୀ ନଦୀକୁ ଡେଇଁପଡିଥିବା ଜଣାପଡ଼ିଛି। ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ପ୍ରଖର ସ୍ରୋତରେ ଉଭୟ ମା’ଓ ଝିଅ ଭାସିଯାଇଥିଲେ। ଅନ୍ଧାର ଯୋଗୁ ସେମାନଙ୍କ ପତ୍ତା ମିଳିନାହିଁ। ସେ ହେଲେ ଗ୍ରାମର ଅରକ୍ଷିତ ରାଉତଙ୍କ ସ୍ତ୍ରୀ ଇତି ରାଉତ। କେଉଁ କାରଣରୁ ସେ ନଦୀକୁ ଡେଇଁଲେ ତାହା ଜଣାପଡିନାହିଁ। ସରପଞ୍ଚ ନରୋତ୍ତମ କାଣ୍ଡିଙ୍କ କହିବା ଅନୁଯାୟୀ, ରାଶନ କାର୍ଡରେ ଆଧାର ସଂଯୋଗ ପାଇଁ ଇତି ନିଜ ଛୋଟ ଝିଅକୁ ଧରି ବ୍ଲକ କାର୍ଯ୍ୟାଳୟକୁ ଯାଇଥିଲେ। କିନ୍ତୁ ରାଶନ କାର୍ଡ ନମ୍ବର ନେଇ ନ ଥିବାରୁ ଆଧାର ସଂଯୋଗ ହୋଇପାରି ନ ଥିଲା। ତେଣୁ ଇତି ଘରକୁ ଫେରିଆସିଥିଲେ। ସନ୍ଧ୍ୟାରେ ତାଙ୍କ ଶ୍ୱଶୁର ଭାଗୁ ରାଉତ ଆଧାର ସଂଯୋଗ ପାଇଁ ବିଭିନ୍ନ କାଗଜପତ୍ର ଧରି ସରପଞ୍ଚଙ୍କ ଘରେ ପହଞ୍ଚତ୍ଥିଲେ। ଶ୍ୱଶୁର ଘରେ ଅନୁପସ୍ଥିତ ଥିବାବେଳେ ଇତି ନିଜ ୫ ମାସର ଝିଅକୁ ଧରି ଗ୍ରାମ ନିକଟରେ ପ୍ରବାହିତ ଦେବୀ ନଦୀକୁ ଡେଇଁ ପଡିଥିଲେ। ନଦୀକୂଳରେ ଗଁାର କେତେଜଣ ଯୁବକ ବସିଥିବାବେଳେ କ’ଣ ପଡ଼ିଲା ବୋଲି ଟର୍ଚ୍ଚ ଲାଇଟ ମାରି ଦେଖିବାବେଳକୁ ଇତି ଓ ତାଙ୍କ ଝିଅ ଭାସିଯାଉଥିବା ଦେଖିଥିଲେ। ସଙ୍ଗେ ସଙ୍ଗେ ସେମାନେ ଗଁା ଲୋକଙ୍କୁ ଖବର ଦେଇଥିଲେ। ଭାଗୁ ଏ ସମ୍ପର୍କରେ ପୋଲିସକୁ ଜଣାଇଥିଲେ। ଥାନା ଅଧିକାରୀ ପ୍ରଜ୍ଞା ରିତାମ୍ବର କର ଅନ୍ୟ ପୋଲିସ କର୍ମଚାରୀଙ୍କ ସହ ପହଞ୍ଚତ୍ ଘଟଣାର ତଦନ୍ତ କରୁଛନ୍ତି। ଦମକଳ ବାହିନୀ ପକ୍ଷରୁ ପାଣିରେ ଖୋଜାଖୋଜି କରାଯାଇଛି। ତେବେ ରିପୋର୍ଟ ଲେଖାଯିବା ବେଳକୁ ମା’ଓ ଶିଶୁକନ୍ୟାଙ୍କ ପତ୍ତା ମିଳିନାହିଁ। ସୂଚନାଯୋଗ୍ୟ, ଇତିଙ୍କ ସ୍ବାମୀ ବାହାରେ ରହି କାମ କରୁଛନ୍ତି। ତାଙ୍କର ଏକ ୫ ବର୍ଷ ବୟସର ପୁଅ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri