ଝିଅଙ୍କୁ ଧମକ ଓ ଆକ୍ରମଣ, ମା’ ଗଲେ ଜେଲ

ଦିଗପହଣ୍ଡି,୨୦ା୧୧(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ମଙ୍ଗଳବାର କଲ୍ୟାଣପୁର ଗଁାର ମଞ୍ଜୁଳା ଗୌଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଥାନା ମାମଲା ନଂ. ୨୩୬/୧୯ ଦଫା ୩୪୧/୩୨୩/୨୯୪/୫୦୬ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତାଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର ସକାଳ ପ୍ରାୟ ୮ ଟାରେ ମଞ୍ଜୁଳା ଏକ ଦା’ ଧରି ଗଁାରେ ରହୁଥିବା ତାଙ୍କ ଝିଅ ଜୟନ୍ତୀଙ୍କ ଘର ପାଖକୁ ଯାଇ ଗାଳି ଗୁଲଜ କରିବା ସହ ଦା’ରେ ଆକ୍ରମଣ ଉଦ୍ୟମ କରିଥିଲେ। ପଡୋଶୀ ପହଞ୍ଚି ଛଡାଛଡି କରିଥିଲେ। ଜୟନ୍ତୀ ଏନେଇ ଏତଲା ଦେବା ପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତାଙ୍କୁ ଗିରଫ କରିଥିଲା। ଏସ୍‌ଆଇ ମାଧବ ଚନ୍ଦ୍ର ଟାକରୀଙ୍କ ସୂଚନାନୁସାରେ, ମଞ୍ଜୁଳାଙ୍କ ଝିଅ ଜୟନ୍ତୀ ପରିବାର ଲୋକଙ୍କ ବିନା ସହମତିରେ ଗ୍ରାମର ସଞ୍ଜୟ କୁମାର ଗୌଡଙ୍କୁ ଇଚ୍ଛାରେ ବିବାହ କରି ଦିଗପହଣ୍ଡିରେ ଏକ ଭଡ଼ାଘରେ ରହୁଥିଲେ। ଜୁଲାଇ ୧୮ ତାରିଖ ରାତି ପ୍ରାୟ ୯ ଟାରେ ଜ୍ୱାଇଁ ସଞ୍ଜୟ ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟ ଏକ ଡ୍ରେସ ଦୋକାନ ପାଖରେ ଠିଆ ହୋଇଥିବା ବେଳେ ଶ୍ୱଶୁର ତଥା ମଞ୍ଜୁଳାଙ୍କ ସ୍ବାମୀ ଉମାକାନ୍ତ ଗୌଡ ତାଙ୍କୁ ଛୁରିରେ ଅତର୍କିତ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଛୁରା ମାଡ଼ରେ ସଞ୍ଜୟଙ୍କ ଅନ୍ତବୁଜୁଳା ବାହାରି ପଡ଼ିଥିଲା। ତାଙ୍କ ମୁଣ୍ଡ ଓ କାନ୍ଧରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ଘଟଣାର ପରଦିନ ସଞ୍ଜୟଙ୍କ ସ୍ତ୍ରୀ ଜୟନ୍ତୀ ଥାନାରେ ବାପା ଉମାକାନ୍ତଙ୍କ ନଁାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ମାମଲା ନଂ. ୧୭୯/୧୯ରେ ପୋଲିସ ଅଭିଯୁକ୍ତ ଉମାକାନ୍ତଙ୍କ ନଁାରେ ହତ୍ୟା ଉଦ୍ୟମ ମକଦ୍ଦମା ରୁଜୁ କରିଥିଲା। ଘଟଣା ପରଠାରୁ ଦୁଇ ପରିବାର ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri