ଝିଅର ଚିକିତ୍ସାରେ ଅର୍ଥ ବାଧକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ମା’ ରୀତା ଓ ବାପା ସୁଶୀଳ ଖମାରୀଙ୍କ ୩ଝିଅ ମାନି, ରୁନି ଓ ବିନି । ଅର୍ଥାଭାବରୁ ମାଟ୍ରିକ ପାସ୍‌ ପରେ ବଡ଼ଝିଅ ମାନିର ପାଠପଢ଼ାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବାବେଳେ ସାନଝିଅ ବିନି ଜନ୍ମରୁ ଦିବ୍ୟାଙ୍ଗ। ମଝିଆ ଝିଅ ରୁନି ଜଣେ ମେଧାବୀ ଛାତ୍ରୀ । ସେ ପ୍ରଧାନପାଲି ସେବାଶ୍ରମ ପ୍ରାଥମିକ ସ୍କୁଲର ପଞ୍ଚମ ଶ୍ରେଣୀରେ ପାଠ ପଢ଼ନ୍ତି । ତେବେ ଗତ ଫେବୃୟାରୀ ମାସରେ ଡିବିରିରୁ ନିଆଁ ଲାଗି ଯିବାରୁ ତାଙ୍କ ଶରୀରର ପ୍ରାୟ ୬୦ ପ୍ରତିଶତ ପୋଡ଼ି ଯାଇଛି । ପରିବାର ଲୋକେ ରୁନିଙ୍କୁ ଚିକିତ୍ସା ପାଇଁ ବରଗଡ଼, ବୁର୍ଲା ଏବଂ କଟକ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ । ମାତ୍ର ସେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରି ପାରି ନାହାନ୍ତି । ଏବେ ସେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ତେବେ ତାଙ୍କର ଉଚ୍ଚତର ଚିକିତ୍ସାର ଆବଶ୍ୟକତା ରହିଥିବା ଡାକ୍ତରମାନେ କହୁଛନ୍ତି । ମାତ୍ର ଭୂମିହୀନ ଏହି ପରିବାର ଲୋକଙ୍କୁ ଝିଅର ଚିକିତ୍ସା ପାଇଁ ଏବେ ଅର୍ଥ ବାଧକ ସାଜିଛି । ସରକାର, ପ୍ରଶାସନ କିମ୍ବା କୌଣସି ସହୃଦୟ ବ୍ୟକ୍ତି ତାଙ୍କୁ ସହଯୋଗ କଲେ ଝିଅ ଉଚ୍ଚତର ଚିକିତ୍ସା ଲାଭ କରି ଆରୋଗ୍ୟ ଲାଭ କରିବ ଏବଂ ପୁଣି ସ୍କୁଲକୁ ଯାଇ ନିଜ ଭବିଷ୍ୟତ ଗଢ଼ି ପାରିବ ବୋଲି ପରିବାର ଲୋକେ ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri