ଝିଅର ଚିକିତ୍ସାରେ ଅର୍ଥ ବାଧକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ମା’ ରୀତା ଓ ବାପା ସୁଶୀଳ ଖମାରୀଙ୍କ ୩ଝିଅ ମାନି, ରୁନି ଓ ବିନି । ଅର୍ଥାଭାବରୁ ମାଟ୍ରିକ ପାସ୍‌ ପରେ ବଡ଼ଝିଅ ମାନିର ପାଠପଢ଼ାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବାବେଳେ ସାନଝିଅ ବିନି ଜନ୍ମରୁ ଦିବ୍ୟାଙ୍ଗ। ମଝିଆ ଝିଅ ରୁନି ଜଣେ ମେଧାବୀ ଛାତ୍ରୀ । ସେ ପ୍ରଧାନପାଲି ସେବାଶ୍ରମ ପ୍ରାଥମିକ ସ୍କୁଲର ପଞ୍ଚମ ଶ୍ରେଣୀରେ ପାଠ ପଢ଼ନ୍ତି । ତେବେ ଗତ ଫେବୃୟାରୀ ମାସରେ ଡିବିରିରୁ ନିଆଁ ଲାଗି ଯିବାରୁ ତାଙ୍କ ଶରୀରର ପ୍ରାୟ ୬୦ ପ୍ରତିଶତ ପୋଡ଼ି ଯାଇଛି । ପରିବାର ଲୋକେ ରୁନିଙ୍କୁ ଚିକିତ୍ସା ପାଇଁ ବରଗଡ଼, ବୁର୍ଲା ଏବଂ କଟକ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ । ମାତ୍ର ସେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରି ପାରି ନାହାନ୍ତି । ଏବେ ସେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ତେବେ ତାଙ୍କର ଉଚ୍ଚତର ଚିକିତ୍ସାର ଆବଶ୍ୟକତା ରହିଥିବା ଡାକ୍ତରମାନେ କହୁଛନ୍ତି । ମାତ୍ର ଭୂମିହୀନ ଏହି ପରିବାର ଲୋକଙ୍କୁ ଝିଅର ଚିକିତ୍ସା ପାଇଁ ଏବେ ଅର୍ଥ ବାଧକ ସାଜିଛି । ସରକାର, ପ୍ରଶାସନ କିମ୍ବା କୌଣସି ସହୃଦୟ ବ୍ୟକ୍ତି ତାଙ୍କୁ ସହଯୋଗ କଲେ ଝିଅ ଉଚ୍ଚତର ଚିକିତ୍ସା ଲାଭ କରି ଆରୋଗ୍ୟ ଲାଭ କରିବ ଏବଂ ପୁଣି ସ୍କୁଲକୁ ଯାଇ ନିଜ ଭବିଷ୍ୟତ ଗଢ଼ି ପାରିବ ବୋଲି ପରିବାର ଲୋକେ ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri