Posted inଜାତୀୟ

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା ବିବାହ କରିଛନ୍ତି। ଏହାକୁ ନେଇ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ମୁଙ୍ଗାବଳୀର ଅଶୋକ ନଗରର ରୁହାନା ଗାଁରେ ବାସ କରୁଥିବା ୫୫ ବର୍ଷ ବୟସ୍କ ପରମାଲ ସିଂ ଲୋଧି ୫୦ ବର୍ଷ ବୟସ୍କା ସୁନୀତା ବାଈ ଲୋଧିଙ୍କୁ ବିବାହ କରିଛନ୍ତି। ଅର୍ଥ ଅଭାବରୁ ଦୁହେଁ ବିବାହ କରି ନ ପାରି ଦୀର୍ଘ ୨୫ ବର୍ଷ ଲିଭ୍‌ଇନ୍‌ରେ ରହୁଥିଲେ। ଉଭୟଙ୍କର ୨ ଝିଅ ଏବଂ ୨ ପୁଅ ଅଛନ୍ତି। ବଡ ଝିଅ କଲ୍ଲୋର ବିବାହର ଗୋଟିଏ ଦିନ ପୂର୍ବରୁ ମାତାପିତାଙ୍କ ବିବାହ ସମ୍ପନ୍ନ ହୋଇଛି। ଏଠାରେ ଅନେକ ଜନଜାତି ସମ୍ପ୍ରଦାୟ ଆବଶ୍ୟକ ଟଙ୍କା ଅଭାବରୁ ବିବାହ ନ କରି ଦୀର୍ଘ ବର୍ଷ ଧରି ଲିଭ୍‌ଇନ୍‌ରେ ରହିଥାନ୍ତି। କେତେକ ପରିଣତ ବୟସରେ ଝିଅ ପୁଅ ଏବଂ ନାତୁଣୀ ନାତିଙ୍କ ମେଳରେ ମଧ୍ୟ ବିବାହ କରୁଥିବା ଘଟଣା ଦେଖିବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri