ଝିଅ ବିବାହ ପୂର୍ବରୁ ବାପାଙ୍କ ଆତ୍ମହତ୍ୟା

ବଇଣ୍ଡା,୪ା୫(ଡି.ଏନ.ଏ.): ମଙ୍ଗଳବାର ରାତିରେ ହୋଇଥାନ୍ତା ଝିଅ ବାହାଘର। ଏଥିପାଇଁ ଘରେ ସରିଥିଲା ସମସ୍ତ ପ୍ରସ୍ତୁତି। ହେଲେ ବଧୂ ବେଶରେ ଝିଅକୁ ଶାଶୁଘରକୁ ବିଦା କରିବା ପୂର୍ବରୁ ସକାଳୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଦେଲେ ବାପା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ଊରୁକୁଳା ପଞ୍ଚାୟତ ପରସୁମାଳ ଗ୍ରାମରେ ଘଟିଥିବା ଏପରି ଦୁଃଖଦ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ପରସୁମାଳ ଗ୍ରାମର ବ୍ୟବସାୟୀ ସୁରଥ ବେହେରା (୫୨)ଙ୍କ ଝିଅ ବାହାଘର ମଙ୍ଗଳବାର ସ୍ଥିର ହୋଇଥିଲା। ଧୁମ୍‌ଧାମରେ ବାହାଘର ଆୟୋଜନ ହୋଇଥିବା ବେଳେ ଘରେ ବନ୍ଧୁବାନ୍ଧବ ପହଞ୍ଚି ସାରିଥିଲେ। ଝିଅକୁ ସମସ୍ତ ଘର କରଣା ସାମଗ୍ରୀ ଦେବାକୁ କିଣାକିଣି ସରିଥିଲା। ଏଥିପାଇଁ ସୁରଥ ଲକ୍ଷାଧିକ ଟଙ୍କା କରଜ କରିଥିଲେ। ଏହାକୁ ନେଇ ସୋମବାର ରାତିରେ ପରିବାର ମଧ୍ୟରେ କଳହ ଲାଗିଥିଲା। ଫଳରେ ମାନସିକ ଭାରସାମ୍ୟ ହରାଇଥିବା ସୁରଥ ମଙ୍ଗଳବାର ସକାଳେ ତାଳଚେର-ସମ୍ବଲପୁର ରେଳପଥର ହଣ୍ଡପା ଥାନା ଖାଲପାଳ ନିକଟରେ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତଦେହ ରେଳ ଧାରଣାରେ ପଡିଥିବା ଦେଖି ଅଞ୍ଚଳବାସୀ ବଇଣ୍ଡା ରେଳ ଫାଣ୍ଡି ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ତାଳଚେର ମେଡିକାଲକୁ ପଠାଇ ଦେଇଛି। ଏହି ଘଟଣାକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଥିବା ବେଳେ ସୁରଥଙ୍କ ଝିଅ ବାହାଘର ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri