ଝିଆରୀଙ୍କୁ ଦାଦା ଗର୍ଭବତୀ କରିବା ଘଟଣା: ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୯।୭ (ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଝିଆରୀଙ୍କୁ ଦାଦା ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରି ଗତ ମାସରେ ଫେରାର ହୋଇଯାଇଥିଲେ। ଏ ନେଇ ଥାନାରେ ପୀଡ଼ିତାଙ୍କ ଅଭିଯୋଗ କ୍ରମେ ପୋଲିସ କେସ୍‌ (ନଂ. ୧୫୯/୧୯) ରୁଜୁ କରିଛି। ଇତିମଧ୍ୟରେ ଏକ ମାସ ବିତିବାକୁ ବସିଲାଣି। ହେଲେ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ସୋମବାର ଜାତୀୟ ମାନବାଧିକାର କମିଶନରଙ୍କ ନିକଟରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ। ନିୟମ ଅନୁଯାୟୀ ପୀଡ଼ିତାଙ୍କୁ ୪ ସପ୍ତାହ ମଧ୍ୟରେ ୧୨ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବା ସହ ଅଭିଯୁକ୍ତଙ୍କୁ ଗିରଫ ଲାଗି କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସେ କମିଶନରଙ୍କୁ ନିବେଦନ କରିଛନ୍ତି। ଏହାକୁ କମିଶନର କାର୍ଯ୍ୟାଳୟ ଗୁରୁତ୍ୱର ସହ ଗ୍ରହଣ କରି ବିଚାର ପାଇଁ ପଞ୍ଜୀକୃତ କରିଛନ୍ତି।
ରାଜକନିକା ଥାନା ଅଞ୍ଚଳର ମହିଳା ଜଣକ ୧୦ ବର୍ଷ ପୂର୍ବେ ଯାଜପୁର ଜିଲାରେ ବିବାହ କରିଥିଲେ। ତାଙ୍କର ଔରସରୁ ଏକ ପୁତ୍ର ସନ୍ତାନ ଜନ୍ମ ନେଇଥିଲା। ପୁତ୍ରକୁ ଏବେ ୯ବର୍ଷ ବୟସ ହୋଇଥିବାବେଳେ ସ୍ବାମୀଙ୍କର ମୃତ୍ୟୁ ଘଟିସାରିଛି। ଏହାପରେ ତାଙ୍କ ବାପା ସମ୍ପୃକ୍ତ ମହିଳା ଓ ନାତିକୁ ନେଇ ପାଖରେ ରଖିଥିଲେ। ମହିଳା ଜଣକ ବାପଘରକୁ ଫେରିବା ଦିନଠୁ ବିବାହିତ ଦାଦା ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରି କି ମହିଳା ଜଣକ ଗର୍ଭବତୀ ହେବା ପରେ ସେ ତାଙ୍କୁ ବିବାହ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଗତ ମାସ ୪ତାରିଖରେ ଝିଆରୀଙ୍କ ପ୍ରସବଜନିତ ଯନ୍ତ୍ରଣା ହୋଇଥିଲା। ଏହାଦେଖି ଅଭିଯୁକ୍ତ ଦାଦା ଫେରାର ହୋଇଯାଇଥିଲେ। ପରେ ସମ୍ପୃକ୍ତ ମହିଳା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ତେବେ ପ୍ରସବଜନିତ ତ୍ରୁଟି ଯୋଗୁ ନବଜାତ ପୁତ୍ର ସହ ୯ ବର୍ଷର ପୁଅକୁ ନେଇ ସେ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ପରେ ମହିଳା ରାଜନଗର ଥାନାକୁ ଆସି ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri