ଝିଙ୍କ ଶିକାରକୁ ଯାଇ ଜଣେ ମୃତ, ଜଣେ ଗୁରୁତର:ଖବରକୁ ଅସ୍ବୀକାର କଲେ ଗ୍ରାମବାସୀ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)- ମାଲକାନଗିରିର ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲି ଗ୍ରାମର ୫ଜଣ ବ୍ୟକ୍ତି ଶନିବାର ନିକଟସ୍ଥ ଜଙ୍ଗଲର ଏକ ଗୁମ୍ଫାକୁ ଝିଙ୍କ ଶିକାର କରିବାକୁ ଯାଇ ଅଘଟଣର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶ୍ୱାସରୁଦ୍ଧ ହୋଇ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାମ ରାମଚନ୍ଦ୍ର ମାଡ଼ି। ଆହତ ବ୍ୟକ୍ତି ହେଲେ ସିଙ୍ଗା ମାଡି। ଉଭୟେ ଦୁଇଭାଇ ବୋଲି ଜଣାପଡିଛି। ତେବେ ଏହି ଘଟଣାକୁ ଗ୍ରାମବାସୀ ଅସ୍ବୀକାର କରିଛନ୍ତି।
ଖବରପାଇ ବନବିଭାଗ ତଦନ୍ତ ଆରମ୍ଭ କରିଛି। ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ ଏବଂ କର୍ମଚାରୀମାନେ ଝରାପାଲି ଗ୍ରାମକୁ ଯାଇ ଘଟଣାର ତଦନ୍ତ କରିଛନ୍ତି। ତେବେ ଏହି ସମୟରେ ଗ୍ରାମର ପୂର୍ବତନ ସରପଞ୍ଚ ବଜା ମାଡ଼କାମି,ଅର୍ଜୁନ ବାଞ୍ଜାମୀ, ୱାର୍ଡ଼ମେମ୍ବର ଭଗବାନ ପଡ଼ିଆମି, ଗ୍ରାମ ମୁଖିଆ ବୁଟି ମାଡ଼କାମିଙ୍କ ସମେତ ଗ୍ରାମବାସୀ ଝିଙ୍କ ଶିକାର କରିବାକୁ ଯାଇ ଜଣକର ମୃତ୍ୟୁ ଏବଂ ଅନ୍ୟ ଜଣେ ଆହତ ହୋଇଥିବା ଖବରକୁ ଅସ୍ବୀକାର କରିଛନ୍ତି। ସେମାନେ କହିଛନ୍ତି ଯେ, ଶିକାର ଖବର ସମ୍ପୂର୍ଣ୍ଣ ମିଥ୍ୟା ା ରାମଚନ୍ଦ୍ରଙ୍କ ଗାଈ ଗତ ୩ ଦିନ ଧରି ହଜିଯାଇଥିଲା। ଗାଈ ଖୋଜିବାକୁ ରାମଚନ୍ଦ୍ର ପାହାଡ଼ ଉପରକୁ ଯାଇଥିବା ବେଳେ ପଥରରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ି ମୃତ୍ୟୁବରଣ କରିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ରାମଚନ୍ଦ୍ର ଘରକୁ ନ ଫେରିବାରୁ ତାଙ୍କ ଭାଇ ସିଙ୍ଗା ତାଙ୍କୁ ପାହାଡ଼କୁ ଖୋଜିବାକୁ ଯାଇଥିଲେ। ସେ ହିଁ ଭାଇ ରାମଚନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ଦେଖି ଗ୍ରାମବାସୀଙ୍କୁ ଖବର ଦେଇଥିଲେ ବୋଲି ବନବିଭାଗ କର୍ମଚାରୀଙ୍କ ନିକଟରେ ଗ୍ରାମବାସୀଙ୍କ ସହ ଅନ୍ୟମାନେ କହିଛନ୍ତି। ତେବେ ଘଟଣାର ଅଧିକ ତଦନ୍ତ ଚାଲିଥିବା ବନାଞ୍ଚଳ ଅଧିକାରୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri