Posted inଖେଳ

ଝିଲ୍ଲୀଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି)
ଓଡ଼ିଶାର ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଶୁକ୍ରବାର ସମ୍ମାନଜନକ ଏକଲବ୍ୟ ପୁରସ୍କାର ଗ୍ରହଣ କରିଛନ୍ତି। ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଆୟୋଜିତ ଏହି ପୁରସ୍କାର ଆକାରରେ ତାଙ୍କୁ ମାନପତ୍ର, ଫଳକ ଏବଂ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ଭାରତୀୟ ମହିଳା ହକି ଦଳର ଅନ୍ୟତମ ସଦସ୍ୟ ନମିତା ଟପ୍ପୋ ଏବଂ ଭାରତୀୟ ମହିଳା ଫୁଟବଲ ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଜବାମଣି ଟୁଡୁଙ୍କୁ ସମ୍ମାନିତ କରାଯାଇଛି। ଉଭୟ ଖେଳାଳିଙ୍କୁ ମାନପତ୍ର ସହ ୫୦,୦୦୦ଟଙ୍କା ଲେଖାଏ ପୁରସ୍କାର ଆକାରରେ ପ୍ରଦାନ କରାଯାଇଛି। ଭାରତୀୟ ମହିଳା ରେସ୍‌ଲର ବବିତା ଫୋଗତ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅର୍ଜୁନ ପୁରସ୍କାରପ୍ରାପ୍ତ ସାଇକ୍ଲିଷ୍ଟ ମୀନତି ମହାପାତ୍ର ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ପୁରସ୍କାର କମିଟିର ଆବାହକ ଅଶୋକ ବେହେରା ସ୍ବାଗତ ଭାଷଣ ଦେଇଥିବାବେଳେ ଇମ୍ପାକ୍ଟର ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପୁରସ୍କାର ପ୍ରଦାନର ଧାରା ସମ୍ପର୍କରେ ସୂଚନା ଦେଇଥିଲେ। ବରିଷ୍ଠ ଜୁରି ସଦସ୍ୟ ଏସ.ପି. ଠାକୁର ଉପସ୍ଥିତ ଥିଲେ। ଇମ୍ଫାର ବରିଷ୍ଠ ଅଧିକାରୀ କିଶୋର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ପୁରସ୍କାର ଗ୍ରହଣ ବେଳେ ନିଜ କୋଚ୍‌ଙ୍କୁ ମଞ୍ଚ ଉପରକୁ ଆଣିବାକୁ ଅନୁରୋଧ କରିଥିଲେ ଝିଲ୍ଲୀ। କୋଚ୍‌ ପି. ଧର୍ମାରାଓଙ୍କ ଉପସ୍ଥିତିରେ ପୁରସ୍କାର ଗ୍ରହଣ ବେଳେ ସେ ଭାବପ୍ରବଣ ହୋଇ କାନ୍ଦି ପକାଇଥିଲେ। ପୁରସ୍କାର ସେମାନଙ୍କୁ ଆଗକୁ ଆହୁରି ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବ ବୋଲି ଖେଳାଳିମାନେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri