ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟ କଣ୍ଡିଆ ଗ୍ରାମର ଗୁନ ସେଠୀଙ୍କ ସ୍ତ୍ରୀ ରୀତା(୩୭)।
ପୋଲିସ ସୂଚନା ଅନୁଯାୟୀ, ଘରୋଇ କଳହକ କେନ୍ଦ୍ରକରି ରବିବାର ମଧ୍ୟାହ୍ନରେ ରାତା ଘରୁ କେଉଁଆଡ଼େ ପଳାଇଯାଇଥିଲେ। ତେବେ ସୋମବାର ସକାଳୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ବିଲରେ କାମ କରିବାକୁ ଯାଉଥିବା ବେଳେ ନିମ୍ବ ଗଛରେ ରୀତାଙ୍କ ମୃତଦେହ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ରୀତାଙ୍କ ବାପଘର ପକ୍ଷରୁ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି...

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ...

ପବନରେ ଆସୁଛି କାରଖାନା ଧୂଆଁ

ମହାକାଳପଡ଼ା, ୨୨ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନରେ ଘଟୁଛି ପରିବର୍ତ୍ତନ। ପୂର୍ବ ଅପେକ୍ଷା ସୂର୍ଯ୍ୟଙ୍କ ଉତ୍ତାପ ବଢ଼ିଛି। ଫଳରେ ଦିନ ୧୦ଟା ସୁଦ୍ଧା ଉପକୂଳ ଅଞ୍ଚଳରେ...

ଲାଇଫ୍‌ ଜାକେଟ୍‌ ବିନା ୬୩ ଘାଟରେ ନୌଚଳାଚଳ

କେନ୍ଦ୍ରାପଡ଼ା,୨୧ା୪ (ଜଗନ୍ନାଥ ଧଳ)ହୀରାକୁଦ ଡ୍ୟାମ୍‌ ଉପର ମହାନଦୀରେ ଶୁକ୍ରବାର ଘଟିଥିବା ଡଙ୍ଗା ବୁଡ଼ି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ୪ ଜଣ ନିଖୋଜ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri