ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଫସିଲେ ପୁଅ

ସରଣ୍ଡା,୧୮ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ଫେରିଥିବା ଟୁପାପଡ଼ା ଗ୍ରାମର ଶ୍ରମିକ ଦମ୍ପତି ରହିଛନ୍ତି। ଏଠାକୁ ସାଧାରଣ ଲୋକ ଯିବାକୁ ସମ୍ପୂର୍ଣ୍ଣ ନିଷେଧାଦେଶ ରହିଥିବା ବେଳେ ମା’ବାପାଙ୍କୁ ମାଦକ ଦ୍ରବ୍ୟ, ଭାଙ୍ଗ ଓ ଗୁଡାଖୁ ସହ କିଛି ଟଙ୍କା ଦେବା ପାଇଁ ପୁଅ ଚାଷଜମି ପଟୁ ଝରକା ଖୋଲି ଦେଇଥିଲେ। ଏହି ଘଟଣା ସ୍ଥାନୀୟ ଜନସାଧାରଣ ଦେଖି ଅଭିଯୋଗ କରିବା ପରେ ଟୁପାପଡ଼ା ଗ୍ରାମବାସୀ ଉକ୍ତ ଯୁବକଙ୍କୁ ଗ୍ରାମକୁ ପଶିବାକୁ ବାରଣ କରି ଲରାସରା ସରପଞ୍ଚଙ୍କୁ ଜଣାଇଥିଲେ। ପରେ ସରପଞ୍ଚ ରଣଜିତ୍‌ ସାହୁ ଉକ୍ତ ଯୁବକଙ୍କୁ ରବିବାର ସେହି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅଲଗା ଏକ କୋଠରିରେ ରଖିଛନ୍ତି । ତେବେ ଲରାସରା ପଞ୍ଚାୟତ ହାଇସ୍କୁଲର ଏହି କ୍ୱାରାଣ୍ଟାଇନ୍‌ ସେଣ୍ଟର(ଟିଏମ୍‌ସି)ରେ ଏପରି ଅବହେଳା କିଭଳି ହେଲା ସେ ନେଇ ତଦନ୍ତ କରିବାର ଆବଶ୍ୟକତା ରହିଛି। ନଚେତ୍‌ ଆଗକୁ ଆହୁରି ସମସ୍ୟା ସୃଷ୍ଟି ହେବ ବୋଲି ସଚେତନ ନାଗରିକ ମତପ୍ରକାଶ କରିଛନ୍ତି। ଏନେଇ ସରପଞ୍ଚ ରଣଜିତ ସାହୁଙ୍କୁ ପଚାରିବାରୁ ଏଠାରେ ସୁରକ୍ଷା ବ୍ୟବସ୍ଥାକୁ ଏବେ କଡ଼ାକଡ଼ି କରାଯାଇଛି ଆଗକୁ ଏଠାକୁ ୨୦୦ ପ୍ରବାସୀ ଓଡ଼ିଆ ଆସିବାର ଅଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ

ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ…

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?