ଟଙ୍କା ନ ଦେବାରୁ ଡାକ୍ତରଖାନାରେ ୧୧ ଘଣ୍ଟା ପଡ଼ିରହିଲା ମୃତଦେହ

କେନ୍ଦ୍ରାପଡ଼ା ଅଫିସ, ୨୪ା୬: ରାଜ୍ୟର ଘରୋଇ ଚିକିତ୍ସାଳୟଗୁଡିକରେ କିଭଳି ମନମାନି ଚାଲିଛି ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ। କେନ୍ଦ୍ରପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳରୁ ଚିକିତ୍ସା ପାଇଁ ଆସିଥିବା ଜଣେ ବ୍ୟକ୍ତିଙ୍କ ପୁଅର ମୃତ୍ୟୁ ଘଟିବା ପରେ ଟଙ୍କା ନ ଥିବାରୁ ମୃତଦେହ ଛଡାଯାଇ ନ ଥିଲା। ଫଳରେ ଡାକ୍ତରଖାନାରେ ଦୀର୍ଘ ୧୧ ଘଣ୍ଟାଧରି ମୃତଦେହ ପଡ଼ି ରହିଥିଲା। ଏହି ଘଟଣା ରବିବାର କେନ୍ଦ୍ରାପଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଏନେଇ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଖବର ପ୍ରଚାରିତ ହେବାପରେ ଆନ୍ତର୍ଜାତିକ ମାନବାଧିକାର କମିଟି ଓ ଗ୍ରାମୀଣ ବିକାଶ ଯୁବକ ସଂଘ ଏଥିରେ ହସ୍ତକ୍ଷେପ କରିବା ପରେ ରବିବାର ଦ୍ୱିପ୍ରହରରେ ମୃତଦେହକୁ ଡାକ୍ତରଖାନାରୁ ଅଣାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ପାଟକୁରା ଥାନା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ କରିଲୋପାଟଣା ଗ୍ରାମର ସୁଧାକର ସାହୁଙ୍କ ପୁଅ ହରପ୍ରସାଦ (୪୫)ଗଲବ୍ଲାଡରରେ ଷ୍ଟୋନ ହେବାସହ ଜଣ୍ଡିସ ରୋଗରେ ପୀଡିତ ଥିଲେ। ଗତ ୧୬ ତାରିଖରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ବଡ଼ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଗତ ଶନିବାର ରାତି ୩ଟା୨୦ରେ ତାଙ୍କ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ହସ୍ପିଟାଲ କର୍ତ୍ତୃପକ୍ଷ ବାପା ସୁଧାକରଙ୍କୁ ଜଣାଇବା ସହ ଚିକିତ୍ସା ବାବଦରେ ୬ ଲକ୍ଷ ଟଙ୍କା ବିଲ୍‌ ହୋଇଥିବା କହିଥିଲେ। ଏଥିସହ ପୂରା ଟଙ୍କା ପୈଠ ନ କଲେ ମୃତଦେହ ଛଡାଯିବ ନାହିଁ ବୋଲି ଚେତାବନୀ ଦେଇଥିଲେ।
ଏନେଇ ସୁଧାକର କହିଛନ୍ତି, ସେ ଜମି ବିକି ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ୧ ଲକ୍ଷ ୬୦ ହଜାର ଟଙ୍କା ଦେଇଛନ୍ତି। ଏବେ ତାଙ୍କ ପାଖରେ ଆଉ ଟଙ୍କା ନାହିଁ। ଏଥିସହ ମୃତଦେହ କିପରି ଆଣିବେ ସେନେଇ ଚିନ୍ତା ପ୍ରକଟ କରିଥିଲେ। ସାମାଜିକ ଗଣମାଧ୍ୟମରେ ଏ ସମ୍ପର୍କରେ ପ୍ରଚାରିତ ହେବାପରେ ଆନ୍ତର୍ଜାତିକ ମାନବାଧିକର କମିଟିର କେନ୍ଦ୍ରାପଡା ଜିଲା ଆବାହକ ପ୍ରତାପ ଚନ୍ଦ୍ର ପାଢ଼ୀ, ଶିବ ସୁନ୍ଦର ସ୍ବାଇଁ ଓ ଗ୍ରାମୀଣ ବିକାଶ ଯୁବକ ସଂଘର ମାନସ ତ୍ରିପାଠୀ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଥିଲେ। ମାତ୍ର ହସ୍ପିଟାଲ କର୍ତ୍ତୃପକ୍ଷ ଅଧିକ ୨ ଲକ୍ଷ ୯୮ ହଜାର ଟଙ୍କା ଦେବାକୁ କହିଥିଲେ ନଚେତ୍‌ ଟଙ୍କା ବାବଦରେ ଏକ ଚୁକ୍ତିପତ୍ର କରିବାକୁ ବାଧ୍ୟ କରିଥିଲେ। ତେବେ ପରବର୍ତ୍ତୀ ସମୟରେ ମାନବାଧିକାର କମିଟି ସଦସ୍ୟ, ଗ୍ରାମୀଣ ବିକାଶ ସଂଘ ଓ ଗଣମାଧ୍ୟମର ଚାପରେ ହସ୍ପିଟାଲରୁ ମୃତଦେହ ଛାଡି ଦେଇଥିଲେ। ଏ ସମ୍ପର୍କରେ ସମ୍ପୃକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ କୌଣସି ମତାମତ ଦେବା ପାଇଁ ମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri