ଟଙ୍କା ବ୍ୟାଗ ଝାମ୍ପି ନେବା ଘଟଣା: ମିଳିଛି ଫୁଟେଜ, ଧରାପଡିନାହାନ୍ତି ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୭ା୧୦-ଜଣେ ବରିଷ୍ଠ ନାଗରିକଙ୍କ ଟଙ୍କା ବ୍ୟାଗ ବ୍ୟାଙ୍କରୁ ଜଣେ ଦୁର୍ବୃତ୍ତ ଝାମ୍ପି ନେଇଥିଲେ। ଏହି ଘଟଣା ୨ ମାସ ପୁରିବାକୁ ବସିଲାଣି। ବ୍ୟାଙ୍କରେ ଲଗାଯାଇଥିବା ସିସି ଟିଭି ଫୁଟେଜ ପୋଲିସ ସଂଗ୍ରହ କରିଥିଲା। ହେଲେ ଏବେସୁଦ୍ଧା ଅଭିଯୁକ୍ତଙ୍କୁ ଧରିପାରିନାହିଁ। ଅନ୍ୟପଟେ ଅଞ୍ଚଳରେ ବଢି ଚାଲିଥିବା ଲୁଟ ଓ ଚୋରି ଭଳି ଘଟଣା ପୋଲିସ ପାଇଁ ଚାଲେଞ୍ଜ ହୋଇପଡିଛି।
ପ୍ରକାଶ ଯେ, ଅଗଷ୍ଟ ୧୪ ତାରିଖ ଅପରାହ୍ନ ୪ଟା ବେଳେ ଏସ୍‌ବିଆଇ ମୁଖ୍ୟ ଶାଖାରୁ ଜଣେ ବରିଷ୍ଠ ନାଗରିକଙ୍କ ହାତରୁ ଟଙ୍କା ଭର୍ତ୍ତି ବ୍ୟାଗଟିକୁ ଜଣେ ଦୁର୍ବୃତ୍ତ ଝାମ୍ପି ନେଇଥିଲେ। ଆଙ୍କୁଲି ଶିଳ୍ପାଞ୍ଚଳର ଜି.ରାଧାକୃଷ୍ଣ ପାତ୍ର ଉକ୍ତ ବ୍ୟାଙ୍କରୁ କୌଣସି କାମ ପାଇଁ ୫୦ ହଜାର ଟଙ୍କା ଉଠାଇ ଗାଡି ନିକଟକୁ ଚାଲି ଚାଲି ଆସୁଥିଲେ। ହେଲେ ବ୍ୟାଙ୍କ ଭିତରେ ରାଧାକୃଷ୍ଣଙ୍କୁ ପିଛା କରୁଥିବା ଦୁର୍ବୃତ୍ତ ଜଣକ ସୁଯୋଗ ଦେଖି ବରିଷ୍ଠ ନାଗରିକଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଇଯାଇଥିଲା। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଅଭିଯୋଗ ପରେ ନଂ.୧୫୫/୧୯ରେ ଏକ ମାମଲା ରୁଜୁ କରି ବ୍ୟାଙ୍କରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ ବେଳେ ଜଣେ ନାବାଳକ ଏହା ଘଟାଇଥିବା ପୋଲିସ ସନ୍ଦେହ କରିଥିଲା। ଫୁଟେଜରୁ ମିଳିଥିବା ସୂଚନାକୁ ଆଧାର କରି ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ପୋଲିସ କହିଥିଲା। କିନ୍ତୁ ଅଦ୍ୟାବଧି କାହାକୁ ଧରିପାରି ନାହିଁ ।
ଡା.ସୁନୀଲ କୋଟାଙ୍କୁ ସମ୍ବର୍ଦ୍ଧନା


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri