ଟଙ୍କା, ସେନ୍‌ସେକ୍ସ ହ୍ରାସ, ସୁନା ଦର ବୃଦ୍ଧି

ମୁମ୍ବାଇ,୨୩-୮: ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ ସରକାରଙ୍କ ପକ୍ଷରୁ କୌଣସି ଆର୍ଥିକ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କଲା ପରେ ମୁଦ୍ରା ଓ ଷ୍ଟକ୍‌ ବଜାରରେ ହଇଚଇ ସୃଷ୍ଟି ହୋଇଥିଲା। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ୮ ମାସର ସର୍ବନିମ୍ନ ସ୍ତର ଛୁଇଁଥିବା ବେଳେ ସେନ୍‌ସେକ୍ସ ୫୮୭ ପଏଣ୍ଟ ହ୍ରାସ ପାଇଥିଲା। ଅନ୍ୟପକ୍ଷରେ ସୁନା ଦରରେ ନିଆଁ ଲାଗିଛି। ଗୁରୁବାର ଏହି ଦର ବୃଦ୍ଧି ପାଇ ୩୯ ହଜାର ଟଙ୍କା ନିକଟତର ହୋଇଛି।
ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଚାଇନା ମୁଦ୍ରା ୟୁଆନ ମୂଲ୍ୟ ହ୍ରାସ ପାଇବା ସହ ବିଶ୍ୱ ବଜାରରେ ମାନ୍ଦାବସ୍ଥାର ସଙ୍କେତ କାରଣରୁ ଦେଶର ମୁଦ୍ରା ବଜାରରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ହ୍ରାସ ପାଇଥିଲା। ଗୁରୁବାର ଟଙ୍କାର ମୂଲ୍ୟ ୨୬ ପଇସା ହ୍ରାସ ପାଇ ୮ ମାସର ସର୍ବନିମ୍ନ ସ୍ତର ୭୧.୮୧ରେ ପହଞ୍ଚତ୍ଛି। ୨୦୧୮ ଡିସେମ୍ବର ୧୪ ପରେ ଏହା ସର୍ବନିମ୍ନ ସ୍ତର ରହିଛି। ସେହିପରି ସମାନ କାରଣରୁ ସେନ୍‌ସେକ୍ସ ୫୮୭.୪୪ ପଏଣ୍ଟ ହ୍ରାସ ପାଇ ୩୬,୪୭୨.୯୩ ରହିଥିବା ବେଳେ ନିଫ୍ଟି ୧୭୭.୩୫ ପଏଣ୍ଟ କମି ୧୦,୭୪୧.୩୫ରେ ବନ୍ଦ ହୋଇଛି। ଅନ୍ୟପକ୍ଷରେ ସୁନା ଦରରେ ବୁଲ୍‌ ରନ୍‌ ଆରମ୍ଭ ହୋଇଛି। ଦିଲ୍ଲୀ ସର୍ରାଫା ବଜାରରେ ଗୁରୁବାର ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମ୍‌ ୧୫୦ ଟଙ୍କା ବଢ଼ି ୩୮,୯୭୦ ଟଙ୍କାରେ ପହଞ୍ଚତ୍ ଆଉ ଏକ ସର୍ବକାଳୀନ ରେକର୍ଡ ହାସଲ କରିଛି। ସେହିପରି ଔଦ୍ୟୋଗିକ ସଂସ୍ଥା ଏବଂ ମୁଦ୍ରା ନିର୍ମାତାଙ୍କ ଚାହିଦା ବୃଦ୍ଧି କାରଣରୁ ରୁପା କେଜି ୬୦ ଟଙ୍କା ବଢ଼ି ୪୫,୧୦୦ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri