ବ୍ରହ୍ମପୁର ଅଫିସ,୧୭ା୯-ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ପାଇଖାନା ଟାଙ୍କି ସଫା ମେଶିନ କିଣାରେ ସରକାରୀ ଟଙ୍କା ହେରଫେର ମାମଲାରେ ଏନ୍ଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁଙ୍କୁ ସୋମବାର ଜାମିନ ମିଳିଛି। ଭିଜିଲାନ୍ସ ସ୍ବତନ୍ତ୍ର ଜଜ ବିଜୟ କୁମାର ଜେନା ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ୨୦୧୧- ୨୦୧୨ଆର୍ଥିକ ବର୍ଷ ପାଇଁ ଦିଗପହଣ୍ଡି ଏନ୍ଏସିରେ ଅନୁଷ୍ଠିତ ଏକ ବୈଠକରେ ଅଞ୍ଚଳର ପାଇଖାନା ଟାଙ୍କି ସଫା ମେଶିନ କିଣିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିପାଇଁ ଭଦ୍ରକର ଏମ୍.ଏସ୍.ବିଶ୍ୱାଳ ନାମକ ଏକ କମ୍ପାନୀ ୫ ଲକ୍ଷ ୭୫ ହଜାର ଟଙ୍କାର ଟେଣ୍ଡର ୨୦୧୨-୧୩ରେ ଦିଆଯାଇଥିଲା। ହେଲେ ଏହି ମେଶିନ କିଣାରେ ୮୩ ହଜାର ୩୯୨ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ପରେ ବ୍ରହ୍ମପୁର ଭିଜିଲାନ୍ସ ୨୦୧୩ ନଭେମ୍ବର ୨୧ରେ ନଂ.୨୯/୧୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏଥିରେ ଏନ୍ଏସିର ପୂର୍ବତନ ଅଧ୍ୟକ୍ଷ ଭିି.ରବିନାରାୟଣ ରାଜୁ, ତତ୍କାଳୀନ ଏବିଡ଼ିଓ ରମାକାନ୍ତ ସାହୁ, ତତ୍କାଳୀନ ସହକାରୀ ନିର୍ବାହୀ ଅଧିକାରୀ କାଶୀନାଥ ଗୌଡ଼ ଓ ଏମ୍.ଏସ୍.ବିଶ୍ୱାଳ କମ୍ପାନୀ ନଁାରେ ଭିଜିଲାନ୍ସ ମାମଲା ରୁଜୁୁ କରିଥିଲେ। ଭିଜିଲାନ୍ସ ଡ଼ିଏସ୍ପି ସନ୍ତୋଷ ମିଶ୍ର ଉକ୍ତ ୪ ଜଣଙ୍କ ନଁାରେ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ସୋମବାର ପୂର୍ବତନ ଅଧ୍ୟକ୍ଷ ରାଜୁଙ୍କ ଜାମିନ ଆବେଦନର ଶୁଣାଣି ବେଳେ ସ୍ବତନ୍ତ୍ର ପିପି ତପନ କୁମାର ଦାସ ଓ ମୁଦାଲାଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ଉପସ୍ଥିତ ଥିଲେ।
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…
ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨
ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…
ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ
ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…
କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା
ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…
ଘୋଡ଼ାହାଡ଼ ଡ୍ୟାମ୍ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍
ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…
କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ
ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…
ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ
ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…
ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍ ପଡ଼ିଲେ…
ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…
Archives

