Posted inଖେଳ

ଟପ୍ସରେ ସାମିଲ ହେଲେ ୪ ତୀରନ୍ଦାଜ

ନୂଆଦିଲ୍ଲୀ,୨୬।୬(ପିଟି)- ତୀରନ୍ଦାଜ ତରୁନଦୀପ ରାଇ, ଅତନୁ ଦାସ, ପ୍ରବିନ ଯାଦବ ଓ ଅତୁଲ ବର୍ମାଙ୍କୁ ବୁଧବାର ଟାଗେର୍ଟ ଅଲିମ୍ପିକ୍‌ ପୋଡିୟମ୍‌ ଯୋଜନା (ଟପ୍ସ)ରେ ସାମିଲ କରାଯାଇଛି। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର ଡିରେକ୍ଟର ଜେନେରାଲ ନିଲମ କାପୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମିସନ ଅଲିମ୍ପିକ୍‌ ସେଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ପ୍ରସ୍ତାବିତ ୩୪ ଲକ୍ଷ ଟଙ୍କାକୁ ସ୍ବୀକୃତି ମିଳିଛି। ରାଇ, ଦାସ ଓ ଯାଦବଙ୍କୁ ନେଇ ଗଠିତ ଭାରତୀୟ ପୁରୁଷ ରିକର୍ଭ ଦଳ ଚଳିତ ମାସରେ ବିଶ୍ୱ ଆର୍ଚେରୀ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିଲା। ଏହି ଅବସରରେ ଦଳଗତ ବ୍ୟତୀତ ବ୍ୟକ୍ତିଗତ ୩ଟି ରିକର୍ଭ ଇଭେଣ୍ଟ ଲାଗି ମଧ୍ୟ ଅଲିମ୍ପିକ୍‌ ଯୋଗ୍ୟତା ହାସଲ କରିଛନ୍ତି। ବର୍ମା ୨୦୧୪ ଯୁବ ଅଲିମ୍ପିକ୍ସରେ ବାଳକ ରିକର୍ଭ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିଲେ। ଅତୀତ ଓ ବର୍ତ୍ତମାନ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ତୀରନ୍ଦାଜଙ୍କୁ ଚୟନ କରାଯାଇଥିବା ସାଇ ପକ୍ଷରୁ କୁହାଯାଇଛି। ଏହି କମିଟି ଶ୍ରୀଶଙ୍କର ଓ ଜିନ୍‌ସନ ଜନସନଙ୍କୁ ଅନ୍ତର୍ଜାତୀୟ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନୁମତି ଦେଇଛି। କିନ୍ତୁ ଶଟ ପୁଟର ତାଜିନ୍ଦୀ ତୁର ନିଜ ପାଇଁ ବିଦେଶୀ କୋଚ୍‌ ଇରେନେଜ ବୁକୋଓ୍ବିକିଙ୍କୁ ୨ ମାସ ଲାଗି ନିଯୁକ୍ତ କରିବାକୁ ଦେଇଥିବା ପ୍ରସ୍ତାବକୁ କମିଟି ପ୍ରତ୍ୟାଖ୍ୟାନ କରିଛି। ଟିଟି ଖେଳାଳି ମନିକା ବାତ୍ରାଙ୍କ ଲାଗି ଖେଳ ଉପକରଣ ଓ ଶରଥ କମଲଙ୍କ ଲାଗି ୧୨ ଦିନ ପାଇଁ ଫିଜିଓଥେରିପିଷ୍ଟ ହିରାକ ବାଗଚିଙ୍କୁ ନିଯୁକ୍ତ କରାଯାଇଛି। ଟେନିସ ଖେଳାଳି ରୋହନ ବୋପାନ୍ନାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର ଲାଗି ମଧ୍ୟ ଅର୍ଥ ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ

ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ…

IND vs PAK: ପାକିସ୍ତାନକୁ ଧୂଳି ଚଟାଇବାକୁ ଶ୍ରୀଲଙ୍କା ପହଞ୍ଚିଲା ଟିମ୍‌ ଇଣ୍ଡିଆ, ହେଲା ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ,୧୪।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ବିପକ୍ଷରେ T20 ବିଶ୍ୱକପ 2026 ର ତୃତୀୟ ମ୍ୟାଚ ଖେଳିବା ପାଇଁ ଶ୍ରୀଲଙ୍କାରେ ପହଞ୍ଚିଛି। ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri