Posted inଖେଳ

ଟାଇଟଲରୁ ସାନିଆଙ୍କ ଅଲିମ୍ପିକ୍ସ ବର୍ଷ ଆରମ୍ଭ

ହୋବାର୍ଟ,୧୮।୧- ଦୀର୍ଘ ଦୁଇ ବର୍ଷ ପରେ କୋର୍ଟକୁ ଫେରିଥିବା ଭାରତୀୟ ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା ତାଙ୍କ ପାର୍ଟନର ନାଡିଆ କିଚେନୋକଙ୍କ ସହ ମିଶି ହୋବାର୍ଟ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟର ମହିଳା ଡବଲ୍ସ ବର୍ଗରେ ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସାନିଆ ଓ ନାଡିଆଙ୍କ ଯୋଡ଼ି ୬-୪, ୬-୪ ସେଟ୍‌ରେ ଚାଇନିଜ ଶୁଆଇ ପେଙ୍ଗ ଓ ଶୁଆଇ ଝାଙ୍ଗ୍‌ଙ୍କୁ ହରାଇ ଦେଇଛନ୍ତି। ମ୍ୟାଚ୍‌ ଜିତିବା ପାଇଁ ଇଣ୍ଡୋ-ୟୁକ୍ରେନ ଯୋଡ଼ିକୁ ଏକଘଣ୍ଟା ୨୧ ମିନିଟ୍‌ ଲାଗିଥିଲା। ପୁଅ ଇଜହାନଙ୍କୁ ଜନ୍ମଦେବା ପରେ ପ୍ରଥମ ଥର ପାଇଁ କୌଣସି ପ୍ରତିଦ୍ୱନ୍ଦ୍ୱିତାମୂଳକ ଟୁର୍ନାମେଣ୍ଟରେ ଖେଳୁଥିବା ୩୩ ବର୍ଷୀୟା ସାନିଆ ଟାଇଟଲ ସହ ଅଲିମ୍ପିକ୍ସ ବର୍ଷ ଆରମ୍ଭ କରିଛନ୍ତି। ଏହା ତାଙ୍କ ୪୨ତମ ଡବ୍ଲ୍ୟୁଟିଏ ଡବଲ୍ସ ଟାଇଟଲ। ୨୦୧୭ରେ ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟ୍ରଫି ପରେ ଏହା ତାଙ୍କର ପ୍ରଥମ ଟାଇଟଲ। ହୋବାର୍ଟ ଇଣ୍ଟରନ୍ୟାଶନାଲ ଟାଇଟଲ ସହ ସାନିଆ ଓ ନାଡିଆ ୧୩,୫୮୦ ଡଲାର ପୁରସ୍କାର ରାଶି ଓ ୨୮୦ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri