ଟାଇଲ୍‌ କାମ କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକ ଗୁରୁତର

ତିହିଡ଼ି,୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକ ବୁଧବାର ପୂର୍ବାହ୍ନରେ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସେ ହେଲେ ମାନସ କୁମାର ସାହୁ(୨୧)। ମାନସ ତିହିଡ଼ି ବଜାରରେ ଜଣେ ବ୍ୟକ୍ତିଙ୍କ ଘର ଛାତ ଉପରେ ଟାଇଲ କାମ କରୁଥିବା ବେଳେ ସେଠାରେ ଥିବା ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ତିହିଡି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।