ଟାଉନ ପ୍ଲାନିଂ ଅଞ୍ଚଳବାସୀ ଜଳବନ୍ଦୀ

ଢେଙ୍କାନାଳ ଅଫିସ, ୧୨।୯ – ଲଘୁଚାପଜନିତ ଲଗାଣ ବର୍ଷାରେ ଢେଙ୍କାନାଳ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଟାଉନପ୍ଲାନିଂ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। କଲୋନୀ ରାସ୍ତାରେ ଆଣ୍ଠୁଏ ଉଚ୍ଚତାର ପାଣି ଚାଲୁଛି। ଲୋକମାନେ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। କେତେକ ସ୍ଥାନରେ ଘରେ ବର୍ଷାଜଳ ପଶିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ଏହାର ପ୍ରତିକାର ହେଉ ନ ଥିବାରୁ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।
ଅଞ୍ଚଳବାସୀଙ୍କ କହିବା କଥା, ଢେଙ୍କାନାଳ ଆଞ୍ଚଳିକ ଉନ୍ନୟନ ସଂସ୍ଥା (ଡ୍ରିଟ୍‌) ପକ୍ଷରୁ ନିର୍ମିତ ଟାଉନ ପ୍ଲାନିଂ ଅଞ୍ଚଳରେ ଜଳ ନିଷ୍କାସନ ଲାଗି କୌଣସି ବ୍ୟବସ୍ଥା କରାଯାଇନାହିଁ। ଫଳରେ ବର୍ଷାଦିନେ ଜଳ ନିଷ୍କାସନ ହୋଇ ନ ପାରି ସ୍ଥିତି ସାଂଘାତିକ ହୋଇପଡୁଛି। ଦୀର୍ଘଦିନ ଧରି ବର୍ଷାପାଣି ଜମି ରହୁଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ସମସ୍ୟା ସମାଧାନ ଦାବିରେ ଆନ୍ଦୋଳନତ୍ମକ ପନ୍ଥା ଗ୍ରହଣ କରାଯାଇଛି। ତଥାପି ଏହାର ସ୍ଥାୟୀ ପ୍ରତିକାର ଲାଗି ପଦକ୍ଷେପ ନିଆଯାଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି।
ଏ ନେଇ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କୁହନ୍ତି, ଡ୍ରିଟ୍‌ ପକ୍ଷରୁ ଟାଉନ ପ୍ଲାନିଂ ଅଞ୍ଚଳରେ ଘର ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ବିଭାଗୀୟ କର୍ତ୍ତୃପକ୍ଷ ଡ୍ରେନେଜ୍‌ ବ୍ୟବସ୍ଥା ପାଇଁ କୌଣସି ଯୋଜନା ପ୍ରସ୍ତୁତ କରି ନ ଥିଲେ। କିଛି ବର୍ଷ ହେଲା ଏହାର ଉନ୍ନୟନ ଦାୟିତ୍ୱ ପୌରସଂସ୍ଥା ଅଧୀନକୁ ଆସିଛି। ଡ୍ରେନେଜ୍‌ ପାଇଁ ଜାଗା ଖୋଜା ଚାଲିଛି। ନିକଟରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ସହରର ଡ୍ରେନେଜ୍‌ ବ୍ୟବସ୍ଥା ଏବଂ ମାଷ୍ଟର ପ୍ଲାନ ନିର୍ଦ୍ଧାରିତ ହୋଇଥିଲା। ଏହାର ସମୀକ୍ଷା ପାଇଁ ସମସ୍ତ ବିଭାଗକୁ ନେଇ ଜରୁରୀ ବୈଠକ କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri