ଟାଉନ ପ୍ଲାନିଂ ଅଞ୍ଚଳବାସୀ ଜଳବନ୍ଦୀ

ଢେଙ୍କାନାଳ ଅଫିସ, ୧୨।୯ – ଲଘୁଚାପଜନିତ ଲଗାଣ ବର୍ଷାରେ ଢେଙ୍କାନାଳ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଟାଉନପ୍ଲାନିଂ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। କଲୋନୀ ରାସ୍ତାରେ ଆଣ୍ଠୁଏ ଉଚ୍ଚତାର ପାଣି ଚାଲୁଛି। ଲୋକମାନେ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। କେତେକ ସ୍ଥାନରେ ଘରେ ବର୍ଷାଜଳ ପଶିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ଏହାର ପ୍ରତିକାର ହେଉ ନ ଥିବାରୁ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।
ଅଞ୍ଚଳବାସୀଙ୍କ କହିବା କଥା, ଢେଙ୍କାନାଳ ଆଞ୍ଚଳିକ ଉନ୍ନୟନ ସଂସ୍ଥା (ଡ୍ରିଟ୍‌) ପକ୍ଷରୁ ନିର୍ମିତ ଟାଉନ ପ୍ଲାନିଂ ଅଞ୍ଚଳରେ ଜଳ ନିଷ୍କାସନ ଲାଗି କୌଣସି ବ୍ୟବସ୍ଥା କରାଯାଇନାହିଁ। ଫଳରେ ବର୍ଷାଦିନେ ଜଳ ନିଷ୍କାସନ ହୋଇ ନ ପାରି ସ୍ଥିତି ସାଂଘାତିକ ହୋଇପଡୁଛି। ଦୀର୍ଘଦିନ ଧରି ବର୍ଷାପାଣି ଜମି ରହୁଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ସମସ୍ୟା ସମାଧାନ ଦାବିରେ ଆନ୍ଦୋଳନତ୍ମକ ପନ୍ଥା ଗ୍ରହଣ କରାଯାଇଛି। ତଥାପି ଏହାର ସ୍ଥାୟୀ ପ୍ରତିକାର ଲାଗି ପଦକ୍ଷେପ ନିଆଯାଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି।
ଏ ନେଇ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କୁହନ୍ତି, ଡ୍ରିଟ୍‌ ପକ୍ଷରୁ ଟାଉନ ପ୍ଲାନିଂ ଅଞ୍ଚଳରେ ଘର ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ବିଭାଗୀୟ କର୍ତ୍ତୃପକ୍ଷ ଡ୍ରେନେଜ୍‌ ବ୍ୟବସ୍ଥା ପାଇଁ କୌଣସି ଯୋଜନା ପ୍ରସ୍ତୁତ କରି ନ ଥିଲେ। କିଛି ବର୍ଷ ହେଲା ଏହାର ଉନ୍ନୟନ ଦାୟିତ୍ୱ ପୌରସଂସ୍ଥା ଅଧୀନକୁ ଆସିଛି। ଡ୍ରେନେଜ୍‌ ପାଇଁ ଜାଗା ଖୋଜା ଚାଲିଛି। ନିକଟରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ସହରର ଡ୍ରେନେଜ୍‌ ବ୍ୟବସ୍ଥା ଏବଂ ମାଷ୍ଟର ପ୍ଲାନ ନିର୍ଦ୍ଧାରିତ ହୋଇଥିଲା। ଏହାର ସମୀକ୍ଷା ପାଇଁ ସମସ୍ତ ବିଭାଗକୁ ନେଇ ଜରୁରୀ ବୈଠକ କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri