ଟାଙ୍ଗିଆରେ ମା’ଙ୍କୁ ହତ୍ୟା

ଚୌଦ୍ୱାର, ୧୬। ୭(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପରେ ଟାଙ୍ଗିଆ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଖବରପାଇ ସୋମବାର ସକାଳେ ଟିପିଏମ୍‌ ଫାଣ୍ଡି ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଏ ନେଇ ଚୌଦ୍ୱାର ଥାନାରେ ଦଫା ୩୦୨ ଅନୁଯାୟୀ ଏକ ହତ୍ୟା ମାମଲା(ନଂ.୨୧୮/୧୯) ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡିଥିବା ଚୌଦ୍ୱାର ଥାନା ଅଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି ା ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ପୋଲିସ ସୂତ୍ରରୁ ପ୍ରକାଶ, କଖଡି ବଜାରସାହିରେ ସାବି ପ୍ରଧାନ(୬୮), ପୁଅ ପ୍ରକାଶ ପ୍ରଧାନ(୩୧) ଓ ଝିଆରୀଙ୍କ ସହିତ ରହୁଥିଲେ। ରବିବାର ସମ୍ପର୍କୀୟଙ୍କ ବିବାହ ଭୋଜିରେ ଯୋଗଦେବା ପାଇଁ ସାବି ଓ ପ୍ରକାଶ ନିକଟସ୍ଥ ଗୋପୀନାଥପଡା ଗ୍ରାମକୁ ଯାଇଥିଲେ। ରାତି ପ୍ରାୟ ୧୦ଟାରେ ଭୋଜି ସରିବା ପରେ ପ୍ରକାଶ ସାବିଙ୍କୁ ମଦ ପିଇବା ପାଇଁ ଟଙ୍କା ମାଗିଥିଲେ। ସାବି ଟଙ୍କା ଦେବାକୁ ମନାକରିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ୍ତ ହୋଇଥିଲା। ଫଳରେ ପ୍ରକାଶ ଉତ୍‌କ୍ଷିପ୍ତ ହୋଇ ପାଖରେ ପଡିଥିବା ଏକ ଟାଙ୍ଗିଆରେ ସାବିଙ୍କ ମୁଣ୍ଡକୁ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ସାବିଙ୍କ ଚିତ୍କାର ଶୁଣି ବନ୍ଧୁଘର ଲୋକେ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଆଠଗଡ ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ, ପ୍ରକାଶ କିଛିବର୍ଷ ତଳେ ଜଣେ ଯୁବକଙ୍କୁ ବ୍ଲେଡରେ ମରଣାନ୍ତକ ଆକ୍ରମଣ କରିଥିଲେ। ପରେ ଏହି ଘଟଣାରେ ଗିରଫ ହୋଇ ଜେଲରେ ସଜା କାଟିବା ପରେ ମୁକୁଳିଥିଲେ। ଅନ୍ୟପକ୍ଷରେ ପ୍ରକାଶଙ୍କ ବଡଭାଇ ହତ୍ୟା ଘଟଣାରେ ସମ୍ପୃକ୍ତି ଥାଇ ୨୦ରୁ ଊର୍ଦ୍ଧ୍ୱ ବର୍ଷ ହେବ ଫେରାର ଥିବା ଫାଣ୍ଡି ଅଧିକାରୀ ନୃସିଂହ ଚରଣ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri