ଟାଙ୍ଗିରି ଗ୍ରାମରେ ଦନ୍ତା ଆତଙ୍କ: ଶୁଣ୍ଢରେ ଟେକି ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ

କେନ୍ଦୁଝର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଟାଙ୍ଗିରି ଗ୍ରାମରେ ଶନିବାର ସକାଳେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନ୍ୟଜଣେ ବୃଦ୍ଧା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ସୁଆଗି ଜୁଆଙ୍ଗ।
ସୂଚନାନୁଯାୟୀ, ସୁଆଗି ଓ ଫୁଲମଣୀ ଗ୍ରାମ ନିକଟରେ ଥିବା ନୌପଶି ଜଙ୍ଗଲକୁ ଦାନ୍ତକାଠି, ପତ୍ର ଏବଂ କାଠ ସଂଗ୍ରହ ପାଇଁ ସକାଳେ ଯାଇଥିଲେ। ତେବେ ଏକ କାଜୁ ବଗିଚା ଦେଇ ଉଭୟ ଯାଉଥିବା ବେଳେ ସୁଆଗି ଏକ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ସୁଆଗିଙ୍କୁ ଶୁଣ୍ଢରେ ଟେକି ଫୋପାଡ଼ି ଦେଇଥିଲା। ଫଳରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିଭଳି ସାଙ୍ଗରେ ଥିବା ଫୁଲମଣୀ ସେଠାରୁ ଦୌଡ଼ି ଗ୍ରାମରେ ଖବର ଦେଇଥିଲେ। ଗ୍ରାମବାସୀ ଓ ସୁଆଗୀଙ୍କ ପୁଅ ଆସିବା ପରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ବନ ବିଭାଗକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ବନ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରୁଛନ୍ତି। ତେବେ କିଛି ଦିନ ଧରି ଗ୍ରାମ ନିକଟ ଜଙ୍ଗଲରେ ଏକ ହାତୀ ପଲ ରହି ବ୍ୟାପକ ଫସଲ ମଧ୍ୟ ନଷ୍ଟ କରୁଛନ୍ତି। ଏବେ ଏହି ଘଟଣା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri