ଟାଙ୍ଗୀରେ ପାନୀୟ ଜଳ ସମସ୍ୟା : ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହନ୍ତସନ୍ତ

ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ ଦାୟୀ ବୋଲି ବିଭିନ୍ନ ମହଲରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରତ୍ନମାଳୀ ପାହାଡ଼ ପାଦଦେଶ ଓ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ବୋରିଂ ଦ୍ୱାରା ଜଳଯୋଗାଣ ପ୍ରକଳ୍ପ ସ୍ଥାପନ କରାଯାଇଥିଲା। ମାତ୍ର ଗ୍ରାମର ଉପରମୁଣ୍ଡରେ ଥିବା ଜନସାଧାରଣଙ୍କ ନିକଟରେ ଏହି ପ୍ରକଳ୍ପରୁ ପାନୀୟ ଜଳ ସହଜରେ ଉପଲବ୍‌ଧ ହୋଇପାରୁ ନ ଥିଲା। ନିକଟସ୍ଥ ଲୋକେ ପାଇପ୍‌ ଯୋଗେ ଏହି ଜଳର ବହୁଳ ଅପବ୍ୟବହାର କରିବା, ବେଆଇନ ଭାବେ ନିଜ ବାସଗୃହକୁୁ ପାଇପ ଯୋଗେ ପାଣି ନେବା ଓ ମନଇଚ୍ଛା ଷ୍ଟାଣ୍ଡପୋଷ୍ଟ ନିର୍ମାଣ କରିବା ଦ୍ୱାରା ଅନେକ ସମସ୍ୟା ସୃଷ୍ଟି ହୋଇଥିଲା । ଏଥିପାଇଁ ଟାଙ୍ଗୀର ୨୦ଟି ସାହି ବସ୍ତିରେ ବସବାସ କରୁଥିବା ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ମଧ୍ୟ ଏଠାରେ ରହିଛି। ସମସ୍ତ ଜନସାଧାରଣ ଘୋର ଜଳ ସମସ୍ୟା ଯୋଗୁ ହନ୍ତସନ୍ତ ହେଉଛନ୍ତି। ତେବେ ସମସ୍ୟାର ସୁଧାର ନିମନ୍ତେ ପର୍ଯ୍ୟାପ୍ତ ଅର୍ଥ ବ୍ୟୟ କରି ୧ ଲକ୍ଷ ଲିଟର ପାନୀୟ ଜଳ ଧାରଣ କରୁଥିବା ଏକ ଓଭର୍‌ହେଡ୍‌ ଟାଙ୍କି ବ୍ଲକ ଅଫିସ ପ୍ରବେଶ ଦ୍ୱାର ନିକଟରେ ନିର୍ମାଣ କରାଯାଇଥିଲା। ନିର୍ମାଣର ପ୍ରାୟ ୩ ବର୍ଷ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ଏହା କାର୍ଯ୍ୟକ୍ଷମ ହୋଇପାରିନି। ଉଚ୍ଚ କ୍ଷମତାସମ୍ପନ୍ନ ମୋଟର ଲଗାଇ ଓଭରହେଡ୍‌ ଟାଙ୍କିକୁ କାର୍ଯ୍ୟକ୍ଷମ କରାଗଲେ ସମସ୍ୟାର ସମାଧାନ ହୋଇପାରିଥାନ୍ତା ବୋଲି ମତ ପ୍ରକାଶ ପାଇଛି। ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ ସମ୍ଭବ ନ ହେବାରୁ ଶେଷରେ ଗ୍ରାମ୍ୟ ଜଳଯୋଗାଣ କନିଷ୍ଠ ଯନ୍ତ୍ରୀ ଜଳନ୍ଧର ସେଠୀଙ୍କ ସହିତ ଆଲୋଚନା ପରେ ସେ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଥିଲେ। ୨-୩ ଦିନ ମଧ୍ୟରେ ମୋଟର ସ୍ଥାପନ କରି ଓଭର୍‌ହେଡ ଟାଙ୍କିକୁ କାର୍ଯ୍ୟକ୍ଷମ କରାଯିବ ବୋଲି ଯନ୍ତ୍ରୀ ଟାଙ୍ଗୀ ସରପଞ୍ଚଙ୍କୁ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri