ଟାଟାସ୍ପଞ୍ଜ ପଞ୍ଚସଖା ଫୁଟବଲ ଟୁର୍ନାମେଣ୍ଟ : ଦେଓଝର ଗ୍ରାମ ପଞ୍ଚାୟତ ଚାମ୍ପିୟନ

ଯୋଡ଼ା,୨୭।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡାବ୍ଲକ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ ଆଇରନ ଲିମିଟେଡର ଟାଟାସ୍ପଞ୍ଜ ପଞ୍ଚସଖା ପକ୍ଷରୁ ଏକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ଜୁଲାଇ ୧୯ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ମ୍ୟାଚ ଆୟୋଜିତ ହୋଇଥିଲା। ଫାଇନାଲ ମ୍ୟାଚ ଅଁସେଇକଳା ଓ ଦେଓଝର ଗ୍ରାମ ପଞ୍ଚାୟତ ମଧ୍ୟରେ ଖେଳା ଯାଇଥିଲା। ଏଥିରେ ଖେଳ ଅମୀମାଂଶିତ ହେବାରୁ ପେନାଲଟି ସୁଟ୍‌ ମାଧ୍ୟମରେ ଦେଓଝର ଗ୍ରାମ ପଞ୍ଚାୟତ ବିଜୟଲାଭ କରି ଚାମ୍ପିୟନ ହୋଇଥିଲା। ଫାଇନାଲ ମ୍ୟାଚ୍‌ରେ ମୁଖ୍ୟଅତିଥି ଭାବେ କେନ୍ଦୁଝର ଜିଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ସମ୍ମାନିତ ଅତିଥି ଭାବେ ଟାଟା ସ୍ପଞ୍ଜ ଅଧିକାରୀ ରାଘବନ ସୋମନାଥ, ସତ୍ୟ ନାରାୟଣ ନନ୍ଦ, ଟାଟାସ୍ପଞ୍ଜ ଶ୍ରମିକ ସଂଘ ସଭାପତି ସଞ୍ଜୟ ମହାନ୍ତ, ରମେଶ ଚନ୍ଦ୍ର ବେହେରା, ଗଣପତି ୟୁଥ କ୍ଲବ, ବିରିକଳାର ସମ୍ପାଦକ ରଞ୍ଜିତ ନାଏକ ଯୋଗ ଦେଇ ବିଜେତା ଓ ଉପବିଜେତା ଦଳ ସହିତ ସମସ୍ତ ଖେଳାଳିମାନଙ୍କୁ ପୁରସ୍କୃତ କରିଥିଲେ। ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବେ ଅଁଶେଇକଳା ଗ୍ରାମ ପଞ୍ଚାୟତ ଦଳର ମାନସିଂ ପୂର୍ତ୍ତି, ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ଭାବେ ଦେଓଝର ଗ୍ରାମ ପଞ୍ଚାୟତ ଦଳର ମଧୁସୂଧନ ମୁଣ୍ଡା, ଶ୍ରେଷ୍ଠ ଗୋଲ ରକ୍ଷକ ଭାବେ ଦେଓଝର ଦଳର ଅରୁଣ ମୁଣ୍ଡା ଓ ଶ୍ରେଷ୍ଠ ଶୃଙ୍ଖଳିତ ଦଳ ଭାବେ କଣ୍ଡରା ଗ୍ରାମ ପଞ୍ଚାୟତକୁ ପୁରସ୍କୃତ କରାଯାଇଥିଲା। ଟାଟାସ୍ପଞ୍ଜ ସିଏସଆର ଡେପୁଟି ମ୍ୟାନେଜର ତ୍ରିଲୋଚନ ପଲେଇ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଟୁର୍ନାମେଣ୍ଟକୁ ଶିବପ୍ରସାଦ ଦାସ, ରେଫରି ରାଜୁ ମହାନ୍ତି, ପ୍ରିୟବ୍ରତ ବାହିନିପତି, ଦିଗବିଜୟୀ ଦାସ, ଲକ୍ଷ୍ମୀପ୍ରସାଦ ନାଇଡୁ ଓ ଉତ୍କଳମଣି ବେହେରା ସୂଚାରୁ ରୂପେ ପରିଚାଳନା କରିଥିଲେ। କ୍ଷୀରୋଦ ଗିରି, ଭାଗିରଥୀ ପାତ୍ର ଓ ଘନ ମହାନ୍ତ ମ୍ୟାଚର ଧାରା ବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri