ଟାଟା ମୋଟର୍ସର ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ

ନୂଆଦିଲ୍ଲୀ,୧୪-୧୧: ଟାଟା ମୋଟର୍ସ ପକ୍ଷରୁ ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ କ୍ଷୁଦ୍ର ବାଣିଜି୍ୟକ ଯାନ ଉପରେ ଗ୍ରାହକଙ୍କୁ ବିଶେଷ ରିହାତି ପ୍ରଦାନ କରାଯିବ। ଏହି ସମୟରେ କମ୍ପାନୀର କ୍ଷୁଦ୍ର ବାଣିଜି୍ୟକ ଯାନ ଏବଂ ପିକଅପ୍‌ କ୍ରୟ ଉପରେ ସ୍କ୍ରାଚ କାର୍ଡ ସିଷ୍ଟମରେ ନିଶ୍ଚିନ୍ତ ଉପହାର ଉପଲବ୍ଧ ହେବ। ବମ୍ପର ପ୍ରାଇଜରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୋଲ୍ଡ ଭାଉଚର ସୁବିଧା ଗ୍ରାହକଙ୍କ ଲାଗି ରହିଛି। ଏହାବାଦ ଏଲ୍‌ଇଡି ଟିଭି, ଓ୍ବାଶିଂମେଶିନ, ମୋବାଇଲ ଫୋନ, ଜୁସ ମିକ୍ସର, ଫୁଏଲ କୁପନ ଭଳି ଆକର୍ଷଣୀୟ ରିହାତି ମଧ୍ୟ ରହିଛି। କାର୍ଗୋ ଯାନ ଏବଂ ପିକଅପର ବିସ୍ତୃତ ରେଞ୍ଜରେ ଗ୍ରାହକମାନେ ଚଳିତ ମାସ ୩୦ ଯାଏ ଏହି ଅଫର ଲାଭ କରିପାରିବେ। ଟାଟା ଏସ୍‌ ଯାନର ବିକ୍ରି ସଫଳତା ଆଧାରରେ କମ୍ପାନୀ ପକ୍ଷରୁ ଏହି ଅଫରକୁ ଆରମ୍ଭ କରାଯାଇଛି। ଏହି ମଡେଲର ୨୨ ଲକ୍ଷ ଯାନ କମ୍ପାନୀ ଆରମ୍ଭ କରୁଛି। ଗ୍ରାହକଙ୍କ ମୂଲ୍ୟଯୁକ୍ତ ସେବା ଯୋଗାଣ ସହ ବିଭିନ୍ନ ଅଫର ପ୍ରଦାନ ଉପରେ କାର୍ଯ୍ୟ କରୁଥିବା ଟାଟା ମୋଟର୍ସର ସେଲ୍‌ସ ମାର୍କେଟିଂ ମୁଖ୍ୟ ରାଜେଶ କୌଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri