ଟାଟା ସନ୍ସ ମାମଲା ଶୁଣାଣି; ରାୟର ‘ବେଆଇନ ଶବ୍ଦ’ ସଂଶୋଧନ ଲାଗି ଆବେଦନ

ନୂଆଦିଲ୍ଲୀ,୨୪-୧୨: ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନ୍‌ସିଏଲଏଟି) ଟାଟା ସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ରାୟ ନିକଟରେ ଦେଇଛନ୍ତି। ଏହି ରାୟ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ରହିଥିଲା। ମିସ୍ତ୍ରିଙ୍କୁ ହଟାଇବା ବେଆଇନ ଥିଲା ବୋଲି ଆପିଲେଟ ଟ୍ରିବ୍ୟୁନାଲ ରାୟରେ କହିଥିଲେ। ଏହି ରାୟରେ ବ୍ୟବହାର କରାଯାଇଥିବା ବେଆଇନ ଶବ୍ଦ ପରିବର୍ତ୍ତନ ଲାଗି କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଏନ୍‌ସିଏଲ୍‌ଏଟିର ଦ୍ୱାରସ୍ଥ ହୋଇଛନ୍ତି। ଟାଟା ସନ୍ସ ମାମଲାରେ ଅର୍ଡରରେ କିଛି ପ୍ରସଙ୍ଗକୁ ପରିବର୍ତ୍ତନ କରିବା ଲାଗି କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ରେଜିଷ୍ଟ୍ରାର ଅଫ୍‌ କମ୍ପାନୀଜ(ଆର୍‌ଓସି) ପକ୍ଷରୁ ସୋମବାର ଏନ୍‌ସିଏଲ୍‌ଏଟିରେ ଆବେଦନ କରାଯାଇଛି। ଟାଟା ସନ୍ସକୁ ଏକ ପବ୍ଲିକ ଲିମିଟେଡ କମ୍ପାନୀରୁ ପ୍ରାଇଭେଟ ଲିମିଟେଡ ଲିମିଟେଡ କମ୍ପାନୀକୁ ପରିବର୍ତ୍ତନ ପ୍ରସଙ୍ଗକୁ ଟ୍ରିବ୍ୟୁନାଲ ବେଆଇନ କହିଥିଲେ। ଏହାର ସଂଶୋଧନ ଲାଗି ଆବେଦନରେ ଅନୁରୋଧ କରାଯାଇଛି।
ପ୍ରାଇଭେଟ ଲିମିଟେଡ କମ୍ପାନୀ ହେବା ଲାଗି ଟାଟା ସନ୍ସର ପ୍ରକ୍ରିୟା ବେଆଇନ ନ ଥିଲା ବୋଲି ଆର୍‌ଓସି ପକ୍ଷରୁ ଆବେଦନରେ କୁହାଯାଇଛି। ଏହା କହିଛି ଯେ, ସମସ୍ତ ପ୍ରକ୍ରିୟାକୁ ଆଇନଗତ ଭାବେ ମଞ୍ଜୁରୀ ପ୍ରଦାନ କରାଯାଇଛି। ଟାଟା ଏକ ପବ୍ଲିକ ଲିମିଟେଡ କମ୍ପାନୀ ହେବା ଲାଗି ଅଂଶୀଦାରମାନେ ୨୦୧୭ ସେପ୍ଟେମ୍ବରରେ ମଞ୍ଜୁରୀ ଦେଇଥିବା ଆବେଦନରେ କୁହାଯାଇଛି। ଏହା ପରେ ଆର୍‌ଓସି ଟାଟା ସନ୍ସକୁ ଘରୋଇ ଲିମିଟେଡ କମ୍ପାନୀ ଭାବେ ମଞ୍ଜୁରୀ ଦେଇଥିଲା। ସାଇରସ ମିସ୍ତ୍ରିଙ୍କ ପରିବାର ଏହି ପ୍ରକ୍ରିୟାର ବିରୋଧରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri