ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦ ରୋଗୀଙ୍କ ପାଇଁ ତୁରନ୍ତ ବେଡ ବ୍ୟବସ୍ଥା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ବେଡଗୁଡିକର ସୁବ୍ୟବସ୍ଥା ସ୍ବଳ୍ପ ସମୟ ମଧ୍ୟରେ କରାଯିବ। ଜିଲାପାଳ ଏହାକୁ ତଦାରଖ କରୁଛନ୍ତି। ଅନ୍ୟପକ୍ଷରେ ଜିଲା ଲକ୍‌ଡାଉନ୍‌ରେ ଥିବା ବେଳେ ଯେଉଁମାନେ ଏହାକୁ ହାଲ୍‌କା ଭାବେ ନେଇ ବାଇକ୍‌ ଧରି ବୁଲୁଛନ୍ତି, ସେମାନଙ୍କ ବାଇକ୍‌ ଓ ମୋବାଇଲ ଫୋନ ଜବତ କରିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଅଧିକ ମାତ୍ରାରେ ରୋଡ ବ୍ୟାରିକେଡିଂ କରାଯିବ। ବିଡିଓ, ତହସିଲଦାର ଏବଂ ଥାନା ଭାରପ୍ରାପ୍ତ ଅଧିକାରୀ ସମ୍ପୂର୍ଣ୍ଣ ବ୍ଲକ ଅଞ୍ଚଳକୁ ଆବଣ୍ଟିତ କରି ତଦାରଖ କରିବେ। ବୟସ୍କ ବ୍ୟକ୍ତି ବାହାରକୁ ନ ବାହାରିବା ପାଇଁ ଅନୁରୋଧ କରାଯାଇଛି। ଏଥିସହ ପ୍ରତ୍ୟେକ ପରିବାର ମୁଖ୍ୟମନ୍ତ୍ରୀଙ୍କ ଘୋଷିତ ଶପଥ ପାଠ କରିବାକୁ ଜିଲାପାଳ କହିଛନ୍ତି । ପ୍ରତ୍ୟେକ ଗ୍ରାମସ୍ତରରେ ୫ ସ୍ବେଚ୍ଛାସେବୀ ଏବଂ ପଞ୍ଚାୟତଚ୍‌ସ୍ତରରେ ୨୦ ସ୍ବେଚ୍ଛାସେବୀ ଚିହ୍ନଟ କରି ସଜାଗ ରଖିବାକୁ କୁହାଯାଇଛି। ଯେଉଁମାନଙ୍କର କ୍ବାରେଣ୍ଟାଇନ ଅବଧି ସରୁଛି, ସେମାନଙ୍କୁ ମଧ୍ୟ ବାହାରେ ବୁଲିବାକୁ ବାରଣ କରାଯାଇଛି। କେହି ଯେପରି ଭୋକିଲା ନ ରୁହନ୍ତି, ବିଡିଓ ତାହା ତଦାରଖ କରିବେ। ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ୪ ଚକିଆ ଏବଂ ୩ ଚକିଆ ଯାନକୁ ସଂପୃକ୍ତ ଉପଜିଲାପାଳଙ୍କ ସ୍ତରରେ ଅନୁମତିପତ୍ର ଦିଆଯିବ। କୌଣସି ବ୍ୟକ୍ତି ଯଦି ଅନୁମତି ପତ୍ରର ଅସଦ ବ୍ୟବହାର କରନ୍ତି ତେବେ ତାଙ୍କ ବିରୋଧରେ ଫୌଜଦାରୀ ଆଇନ ଲାଗୁ କରାଯିବ। ସାହି ବସ୍ତିରେ ସ୍ବୟଂ ସହାୟିକା ଗୋଷ୍ଠୀ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ପରିବା ବିକ୍ରୟ କରିବେ। ବ୍ୟବସାୟୀମାନେ ସହରର ବିଭିନ୍ନ ଅଞ୍ଚଳରେ ଉପଯୁକ୍ତ ଦୂରତ୍ୱ ବଜାୟ ରଖି ପରିବା ବିକ୍ରି କରିବାକୁ କୁହାଯାଇଛି। କରୋନାର ବିଭୀଷିକାକୁ ହୃଦୟଙ୍ଗମ କରି ପ୍ରତ୍ୟେକ ବ୍ୟକ୍ତି ଶୃଙ୍ଖଳିତ ସୈନିକ ଭାବେ ଏହି ଲଢ଼େଇରେ ସାମିଲ ହେବାକୁ ଜିଲାପାଳ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri