ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱରର ୪, ରାଉରକେଲାର ୩ ଓ କଲିକତାର ୪ଟି ସ୍ଥାନରେ ଏହି ଚଢାଉ ହୋଇଥିବା ସୂଚନା ମିଳିଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପ୍ରାଇଭେଟ ଲିମିଟେଡ୍‌ ମାଲିକ ସୌମ୍ୟରଞ୍ଜନ ସାମଲଙ୍କ ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାସଭବନ ଓ କାର୍ଯ୍ୟାଳୟରେ ଆୟକର ବିଭାଗର ଅଧିକାରୀମାନେ ଚଢ଼ାଉ କରି କାଗଜପତ୍ର ଯାଞ୍ଚ କରିଛନ୍ତି। ତାଙ୍କ ସହ ଜଡିତ ମା’ ତାରିଣୀ ଇସ୍ପାତ ଲିମିଟେଡ୍‌ ଓ ଅନ୍ୟ କେତେକ ସଂସ୍ଥାର କାର୍ଯ୍ୟାଳୟ ଏବଂ କର୍ତ୍ତୃପକ୍ଷଙ୍କ ବାସଭବନରେ ମଧ୍ୟ ଚଢାଉ ଆରମ୍ଭ ହୋଇଛି। ସେହିଭଳି ଖଣି ମାଲିକଙ୍କୁ ଅହେତୁକ ଅନୁକମ୍ପା ଦେଖାଇଥିବା କେତେଜଣ ସରକାରୀ ଅଧିକାରୀଙ୍କୁ ମଧ୍ୟ ଆୟକର ବିଭାଗ ଟାର୍ଗେଟ କରି ଚଢ଼ାଉ କରିଥିବା ଜଣାପଡିଛି। ଏପରିକି ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ଆୟକର ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri