ଭୁବନେଶ୍ୱର,୧୯।୯: ଟାଟା ଷ୍ଟିଲ୍ ମାଇନିଂ ଲିମିଟେଡ (ଟିଏସ୍ଏମ୍ଏଲ୍)କୁ ଆଉ ଏକ ଜାତୀୟ ସ୍ତରୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଟାଟା ଷ୍ଟିଲର ସୁକିନ୍ଦା କ୍ରୋମାଇଟ୍ ଖଣି ସମ୍ମାନଜନକ ହିଣ୍ଡାଲ୍କୋ-ଆଦିତ୍ୟ ବିର୍ଲା ଆୱାର୍ଡ ଫର ସଷ୍ଟେନେବଲ୍ ମାଇନିଂ ପୁରସ୍କାରରେ ପୁରସ୍କୃତ ହୋଇଛି। ଏପରିକି ଜୈବବିବିଧତାର ସଂରକ୍ଷଣ ଓ ଦୀର୍ଘସ୍ଥାୟୀ ଖଣି ଖନନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସୁକିନ୍ଦା କ୍ରୋମାଇଟ୍ ଖଣିକୁ ଉକ୍ତ ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ଫେଡେରେଶନ୍ ଅଫ୍ ଇଣ୍ଡିଆନ୍ ମିନେରାଲ୍ ଇଣ୍ଡଷ୍ଟ୍ରିଜ୍ (ଫିମି) ଆୱାର୍ଡସ୍ ୨୦୨୨-୨୩ ଅବସରରେ ସୁକିନ୍ଦା କ୍ରୋମାଇଟ୍ ଖଣିକୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଖଣିର ପ୍ରଦର୍ଶନ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ସୁକିନ୍ଦା କ୍ରୋମାଇଟ୍ ଖଣିର ମୁଖ୍ୟ ଶମ୍ଭୁନାଥ ଝାଙ୍କୁ ମଧ୍ୟ ସାର୍ଟିଫିକେଟ୍ ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ଫିମି ପକ୍ଷରୁ ଆରମ୍ଭ କରାଯାଇଥିବା ଏହି ପୁରସ୍କାର ସମାରୋହକୁ ଫିମିର ୫୭ତମ ବାର୍ଷିକ ସାଧାରଣ ବୈଠକ ଅବସରରେ ଆୟୋଜନ କରାଯାଇଥିଲା।
ଏ ସମ୍ପର୍କରେ ଟାଟା ଷ୍ଟିଲ୍ର ଫେରୋ ଆଲଏଜ୍ ଓ ମିନେରାଲ ଡିଭିଜନର ଏକ୍ଜିକ୍ୟୁଟିଭ୍ ଇନ୍ ଚାର୍ଜ ପଙ୍କଜ ସତିଜା କହିଛନ୍ତି, ଏହି ସମ୍ମାନଜନକ ପୁରସ୍କାର ପାଇ ଆମେ ଅତ୍ୟନ୍ତ ଖୁସି ଅଛୁ। ବିଶେଷକରି ଆମର ବ୍ୟାପକ ଦୀର୍ଘସ୍ଥାୟୀ ଫ୍ରେମ୍ୱର୍କ ଏବଂ ଦାୟିତ୍ୱପୂର୍ଣ୍ଣ ଓ ନିରନ୍ତର ଖଣି ଅଭ୍ୟାସ ପ୍ରତି ଅତୁଟ ପ୍ରତିବଦ୍ଧତାକୁ ମାନ୍ୟତା ପ୍ରଦାନ କରିଥିବାରୁ ଆମେ ଜୁରୀ ସଦସ୍ୟଙ୍କୁ କୃତଜ୍ଞତା ଜଣାଉଛୁ। ଏପରିକି ପରିବେଶ ପ୍ରତି ଦାୟିତ୍ୱବାନ ଓ ଏକ ସଚେତନ କର୍ପୋରେଟ ହାଉସ୍ ଭାବେ ଟାଟା ଷ୍ଟିଲ୍ ପକ୍ଷରୁ ଏଫ୍ଏଏମ୍ଡିର କାର୍ଯ୍ୟକ୍ଷେତ୍ରଗୁଡ଼ିକରେ ଶକ୍ତି ଓ ଜଳ ଅଡିଟ୍ ସମେତ କ୍ରୋମାଇଟ୍ ଖଣିରେ ଅନେକ ଦୀର୍ଘସ୍ଥାୟୀ କାର୍ଯ୍ୟକ୍ରମମାନ ଗ୍ରହଣ କରାଯାଇଛି।
କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି
କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...
୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ
ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...
ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ
ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...
ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ
ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
Archives


