ଟିକସ ଅଧିକାରୀଙ୍କ ମାନସିକତା ବଦଳିବା ଦରକାର:ସୀତାରାମନ୍‌

ଅହମ୍ମଦାବାଦ,୧୮-୮: ଉଦ୍ୟୋଗ ଜଗତ ପକ୍ଷରୁ ‘ଟିକସ ଆତଙ୍କବାଦ’ ଅଭିଯୋଗ ଅଣାଯାଉଛି। ଏହି କାରଣରୁ ଦେଶର ଟିକସ ଆଦାୟ ବ୍ୟବସ୍ଥାକୁ ଟେକ୍ନୋଲୋଜି ଆଧାରିତ କରିବା ଜରୁରୀ ହୋଇପଡିଛି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କହିଛନ୍ତି। ଟିକସ ଅଧିକାରୀମାନଙ୍କ ମାନସିକତାରେ ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଏଠାରେ ଆୟୋଜିତ ଟିକସ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଇ ସୀତାରାମନ୍‌ କହିଛନ୍ତି ଯେ, ଟିକସ ପ୍ରଶାସନକୁ ଅତ୍ୟନ୍ତ ସମ୍ବେଦନଶୀଳ ଭୂମିକା ନିର୍ବାହ କରିବାକୁ ପଡିଥାଏ। ଟିକସଦାତାଙ୍କ ସେବା କରିବା ବେଳେ ଅଧିକାରୀମାନଙ୍କୁ ନିଜର ମାନସିକତାରେ ପରିବର୍ତ୍ତନ କରିବା ଜରୁରୀ ବୋଲି ସେ କହିଛନ୍ତି। ଏଥିପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କହିଥିଲେ ଯେ, ସଚ୍ଚୋଟ ଟିକସଦାତାଙ୍କୁ ହଇରାଣ କରା ନ ଯାଉ। ଟିକସଦାତାଙ୍କ ଠାରୁ ଅଧିକାରୀଙ୍କୁ ଦୂରେଇ ରଖିବା ଲାଗି ଟେକ୍ନୋଲୋଜିର ପ୍ରୟୋଗ ମାଧ୍ୟମରେ ଫେସ୍‌ଲେସ୍‌ ଆସେସ୍‌ମେଣ୍ଟ କରାଯିବାର ସମୟ ଆସିଛି ବୋଲି ସୀତାରାମନ୍‌ କହିଛନ୍ତି। ଗତ ମାସରେ କ୍ୟାଫେ କଫି ଡେ ମାଲିକ ଭି.ଜି.ସିଦ୍ଧାର୍ଥ ମଧ୍ୟ ଆମତ୍ହତ୍ୟା ପୂର୍ବରୁ ଛାଡ଼ିଯାଇଥିବା ଚିଠିରେ ଟିକସ ଅଧିକାରୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିବା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri