ଟିକସ ବୃଦ୍ଧି ପ୍ରସଙ୍ଗରେ ୩ ଅଧିକାରୀଙ୍କୁ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୯।୪: ଅତି ଧନୀଙ୍କ ଉପରେ ଟିକସ ବୃଦ୍ଧି କରିବା ନେଇ ସରକାରଙ୍କୁ ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌)ର ୫୦ ଜଣ ଅଧିକାରୀ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି)କୁ ପ୍ରସ୍ତାବ ଦେଇଥିଲେ। ଆୟକରରେ ବୃଦ୍ଧି ନେଇ ମଧ୍ୟ ପ୍ରସ୍ତାବ ରହିଥିଲା। ଏହି ପ୍ରସ୍ତାବ ଲୋକଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି କରିଥିବା ବେଳେ ଏହାକୁ ସରକାର ଖାରଜ କରିଦେଇଛନ୍ତି। ଉକ୍ତ ରିପୋର୍ଟ ଦେଇଥିବା ୩ ବରିଷ୍ଟ ଅଧିକାରୀଙ୍କ ବିରୋଧରେ ସିବିଡିଟି ପକ୍ଷରୁ ସୋମବାର ଚାର୍ଜଶିଟ୍‌ ଜାରି କରାଯାଇଛି। ଅଫିସିଆଲ ଚ୍ୟାନେଲରେ ବୋର୍ଡକୁ ରିପୋର୍ଟ ପଠାଇବା ପରିବର୍ତ୍ତେ ଅଫିସର ସୋସିଆଲ ମିଡିଆରେ ଏହାକୁ ପ୍ରଘଟ କରିଥିଲେ। ସେହିଭଳି ୫୦ଜଣ ଅଧିକାରୀଙ୍କୁ ପଥଭ୍ରଷ୍ଟ କରିଥିବା ମଧ୍ୟ ସିବିଡିଟି ପକ୍ଷରୁ କୁହାଯାଇଛି। ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଚ୍ୟାଲେଞ୍ଜିଂ ସମୟ ଦେଇ ଗତି କରୁଥିବାରୁ ଏଭଳି କାର୍ଯ୍ୟ ଦ୍ୱାରା ଲୋକଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି କରିଥିବାରୁ ପ୍ରଥମେ ଅଧିକାରୀଙ୍କୁ ତାଗିଦ କରାଯାଇଥିଲା। ଏହି ଘଟଣାର ତଦନ୍ତ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏହାକୁ ବିଚାର କରି ସିବିଡିଟି ଚାର୍ଜଶିଟ ଜାରି କରିଛି ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଚାର୍ଜଶିଟ ଜାରି ହୋଇଥିବା ଅଧିକାରୀଙ୍କ ମଧ୍ୟରେ ୧୯୮୮ ବ୍ୟାଚ୍‌ ଆଇଆର୍‌ଏସ୍‌ ପ୍ରଶାନ୍ତ ଭୂଷଣ, ୨୦୦୧ ବ୍ୟାଚ୍‌ ଆଇଆର୍‌ଏସ୍‌ ପ୍ରକାଶ ଦୁବେ, ୧୯୮୯ ଆଇଆର୍‌ଏସ୍‌ ସଞ୍ଜୟ ବାହାଦୁର ରହିଛନ୍ତି। ଭୂଷଣ ଆଇଆର୍‌ଏସ୍‌ ସଂଘର ସାଧାରଣ ସମ୍ପାଦକ ଥିବା ବେଳେ ଦୁବେ ଯୁଗ୍ମ ସମ୍ପାଦକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri