ନୂଆଦିଲ୍ଲୀ,୧୪-୧୧: ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଟିକସ କ୍ଷେତ୍ରରେ ବିଭିନ୍ନ ପରିବର୍ତ୍ତନ ଆଣିବା ଲାଗି ସରକାର ଯୋଜନା ରଖିଛନ୍ତି। ଆଗାମୀ ବଜେଟରେ ଏଥି ସଂକ୍ରାନ୍ତ ଘୋଷଣା ହେବ ବୋଲି ଶୁଣାଯାଉଛି। ଏପଟେ ଟିକସ ହ୍ରାସ ପଦକ୍ଷେପ ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମଥର ଲାଗି ଦେଶର ଶିଳ୍ପ ଜଗତ ଏବଂ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକର ମତାମତ ଲୋଡାଯାଇଛି। ଦେଶରେ ଅର୍ଥନୈତିକ କାର୍ଯ୍ୟକଳାପ ହ୍ରାସ ହେବା ଯୋଗୁ ମାନ୍ଦାବସ୍ଥା ସ୍ଥିତି ଲାଗି ରହିଛି। ଅର୍ଥ ବ୍ୟବସ୍ଥାକୁ ନୂଆ ଗତି ପ୍ରଦାନ କରିବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅତିରିକ୍ତ ଘୋଷଣା କରିବା ନେଇ ଯୋଜନା ରଖାଯାଇଛି। ଆସନ୍ତା ଫେବୃୟାରୀ ପହିଲାରେ ଆସିବାକୁ ଥିବା ବଜେଟରେ ଏ ନେଇ ଘୋଷଣାମାନ ହେବ। ଅର୍ଥମନ୍ତ୍ରଣାଳୟର ରାଜସ୍ବ ବିଭାଗ ପକ୍ଷରୁ ଅଂଶୀଦାରଙ୍କ ଲାଗି ଏକ ସର୍କୁଲାର ଜାରି କରାଯିବା ସହ ଏନେଇ ବିଭିନ୍ନ ପ୍ରସ୍ତାବ ଉପରେ କର୍ପୋରେଟ ଏବଂ ବ୍ୟକ୍ତିବିଶେଷଙ୍କ ମତାମତ ଲୋଡାଯାଇଛି। ଉଭୟ ପ୍ରତ୍ୟକ୍ଷ ତଥା ପରୋକ୍ଷ ଟିକସ କ୍ଷେତ୍ରରେ ଟିକସ ପରିସରକୁ ବଢାଇବା ଲାଗି ପଦକ୍ଷେପ ନିଆଯାଉଛି। ଏଥି ଲାଗି ଟିକସ ବ୍ୟବସ୍ଥାର ସଂରଚନା ସରକାର କରିବେ ବୋଲି ଜଣାପଡିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

