ଟିକସ ହ୍ରାସ ନେଇ ପରାମର୍ଶ ଲୋଡିଲା ଅର୍ଥମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୪-୧୧: ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଟିକସ କ୍ଷେତ୍ରରେ ବିଭିନ୍ନ ପରିବର୍ତ୍ତନ ଆଣିବା ଲାଗି ସରକାର ଯୋଜନା ରଖିଛନ୍ତି। ଆଗାମୀ ବଜେଟରେ ଏଥି ସଂକ୍ରାନ୍ତ ଘୋଷଣା ହେବ ବୋଲି ଶୁଣାଯାଉଛି। ଏପଟେ ଟିକସ ହ୍ରାସ ପଦକ୍ଷେପ ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମଥର ଲାଗି ଦେଶର ଶିଳ୍ପ ଜଗତ ଏବଂ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକର ମତାମତ ଲୋଡାଯାଇଛି। ଦେଶରେ ଅର୍ଥନୈତିକ କାର୍ଯ୍ୟକଳାପ ହ୍ରାସ ହେବା ଯୋଗୁ ମାନ୍ଦାବସ୍ଥା ସ୍ଥିତି ଲାଗି ରହିଛି। ଅର୍ଥ ବ୍ୟବସ୍ଥାକୁ ନୂଆ ଗତି ପ୍ରଦାନ କରିବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅତିରିକ୍ତ ଘୋଷଣା କରିବା ନେଇ ଯୋଜନା ରଖାଯାଇଛି। ଆସନ୍ତା ଫେବୃୟାରୀ ପହିଲାରେ ଆସିବାକୁ ଥିବା ବଜେଟରେ ଏ ନେଇ ଘୋଷଣାମାନ ହେବ। ଅର୍ଥମନ୍ତ୍ରଣାଳୟର ରାଜସ୍ବ ବିଭାଗ ପକ୍ଷରୁ ଅଂଶୀଦାରଙ୍କ ଲାଗି ଏକ ସର୍କୁଲାର ଜାରି କରାଯିବା ସହ ଏନେଇ ବିଭିନ୍ନ ପ୍ରସ୍ତାବ ଉପରେ କର୍ପୋରେଟ ଏବଂ ବ୍ୟକ୍ତିବିଶେଷଙ୍କ ମତାମତ ଲୋଡାଯାଇଛି। ଉଭୟ ପ୍ରତ୍ୟକ୍ଷ ତଥା ପରୋକ୍ଷ ଟିକସ କ୍ଷେତ୍ରରେ ଟିକସ ପରିସରକୁ ବଢାଇବା ଲାଗି ପଦକ୍ଷେପ ନିଆଯାଉଛି। ଏଥି ଲାଗି ଟିକସ ବ୍ୟବସ୍ଥାର ସଂରଚନା ସରକାର କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଏମ୍‌ଏସ୍‌ଆଇର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ...

ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍‌କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ...

ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର...

ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri