ଟିକାକରଣ ସମୟରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଖଇରା, ୧୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସମସ୍ତ ପ୍ରାଣୀ ଚିକିତ୍ସାକେନ୍ଦ୍ରର ପ୍ରାଣୀଧନ ନିରୀକ୍ଷକମାନଙ୍କୁ ଗ୍ରାମରେ ଟିକାକାରଣ ପାଇଁ ବରିଷ୍ଠ ଅଧିକାରୀମାନେ ବାରମ୍ବାର ଚାପ ପ୍ରୟୋଗ କରୁଛନ୍ତି ା ଏଥିରେ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ଥିବାରୁ ସେମାନଙ୍କୁ ବାଧ୍ୟବାଧ୍ୟକତା ନ କରିବାକୁ ଖଇରା ବ୍ଲକର ୧୧ଟି ପ୍ରାଣୀ ସହାୟକ କେନ୍ଦ୍ରର ନିରୀକ୍ଷକମାନେ ପ୍ରାଣୀ ଚିକିତ୍ସା ବିଭାଗର ନିର୍ଦ୍ଦେଶକ, ଜିଲାପାଳ, ଜିଲା ପ୍ରାଣୀ ଚିକିତ୍ସାଧିକାରୀଙ୍କୁ ୧୦ତାରିଖରେ ଲିଖିତ ଭାବେ ଜଣାଇଛନ୍ତି ା ଯଦି ସେମାନଙ୍କ ଅନୁରୋଧକୁ ଦୃଷ୍ଟି ଦିଆ ନ ଯାଇ ପୁଣି ଅଧିକାରୀମାନେ ଚିଠି କରି ଧମକ ଦିଅନ୍ତି ତେବେ ସେମାନଙ୍କର କିଛି ବି କ୍ଷତି ପାଇଁ ସରକାର ଦାୟୀ ରହିବେ ବୋଲି ନିରୀକ୍ଷକମାନେ ପ୍ରକାଶ କରିଛନ୍ତି ା
ବର୍ତ୍ତମାନ ଖଇରା ବ୍ଲକର ୧୧ଟି ପ୍ରାଣୀ ଚିକିତ୍ସାକେନ୍ଦ୍ର ଦାୟିତ୍ୱରେ ୮ଜଣ ପ୍ରାଣୀଧନ ନିରୀକ୍ଷକ ରହିଛନ୍ତି ା ସମସ୍ତ ନିରୀକ୍ଷକମାନେ ପ୍ରତ୍ୟେକ ଦିନ କାର୍ଯ୍ୟାଳୟକୁ ଆସିବା ସହ ଗୋରକ୍ଷଙ୍କ ସୁବିଧା ଅସୁବିଧାରେ ତାଙ୍କ ନିକଟରେ ପହଞ୍ଚି ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇ ଦେଇଆସୁଛନ୍ତି ା ହେଲେ ବର୍ତ୍ତମାନ ପରିସ୍ଥିତିରେ ଖଇରା ବ୍ଲକରୁ ୮ଜଣ କୋଭିଡ-୧୯ରେ ସଂକ୍ରମିତ ଥିବା ବେଳେ ଗ୍ରାମବାସୀ ଏକପ୍ରକାର ଆତଙ୍କିତ ଅବସ୍ଥାରେ ଅଛନ୍ତି ା ଏଭଳି ଅବସ୍ଥାରେ ବହୁ ଗ୍ରାମରେ ସେମାନଙ୍କର ଗ୍ରାମ ଭିତରକୁ ଯାତାୟାତକୁ ବିରୋଧ କରୁଛନ୍ତି ା ଦ୍ୱିତୀୟରେ ଟିକାକରଣ ବେଳେ ଲୋକଙ୍କ ଏକଜୁଟ ହେବାର ସମ୍ଭାବନା ଥିବାରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ଉଲ୍ଲେଖ କରାଯାଇଛି ା ଏଭଳି ଟିକାକରଣ ନିର୍ଦ୍ଦେଶର ପୁନର୍ବିଚାର କରିବାକୁ ବିଭିନ୍ନ ଚିକିତ୍ସାକେନ୍ଦ୍ରର ନିରୀକ୍ଷକ କମଳାକାନ୍ତ ମଲ୍ଲିକ, ରାଜୀବ ଶିଅଳ, ଅର୍ଜୁନ ଚରଣ ଜେନା, କରୁଣାକର ମଲ୍ଲିକ ଓ ସତ୍ୟାନନ୍ଦ ରାଉତ ପ୍ରମୁଖ ଅନୁରୋଧ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri