ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୂର୍ବତନ ଏସ୍‌ଆଇ ତଥା ଅଭିଯୁକ୍ତ ଦଣ୍ଡସେନା ଜାମିନ ପାଇଁ ଆବେଦନ କରିଥିଲେ। ତେବେ ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ର ଏବଂ ବିଚାରପତି ଜଷ୍ଟିସ ଡକ୍ଟର ଏ.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜାମିନ ଆବେଦନକୁ ନାମଞ୍ଜୁର କରିବା ସହ ତାଙ୍କ ସ୍ବାସ୍ଥ୍ୟଗତ ରିପୋର୍ଟ କୋର୍ଟରେ ଦାଖଲ କରିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୂର୍ବରୁ ଦଣ୍ଡସେନାଙ୍କୁ ନିମ୍ନ ଅଦାଲତ ଦୋଷୀ ସାବ୍ୟସ୍ତ କରିଥିବାବେଳେ ସେ ପୁନଃ ବିଚାର ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ମାମଲାର ବିବରଣୀରୁ ପ୍ରକାଶ ଯେ, ରାୟଗଡ଼ା ଜିଲା କାଶୀପୁର ବ୍ଲକର ଟିକିରି ବିଦ୍ୟାଳୟରେ ଠିକା ଶିକ୍ଷୟିତ୍ରୀ ଭାବେ ଇତିଶ୍ରୀ କାର୍ଯ୍ୟରତ ଥିଲେ। ୨୦୧୩ ଅକ୍ଟୋବର ୨୭ତାରିଖରେ ତାଙ୍କୁ କିରୋସିନ ଢ଼ାଳି ଜାଳି ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଟିକିରି ଓ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ତାଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ପରବର୍ତ୍ତୀ ସମୟରେ ବିଶାଖାପାଟଣାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେହିବର୍ଷ ନଭେମ୍ବର ୧ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପୂର୍ବରୁ ସେ ପୂର୍ବତନ ସ୍କୁଲ୍‌ ଏସ୍‌ଆଇ ଦଣ୍ଡସେନାଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ କରିଥିଲେ। ଏହି ଘଟଣାରେ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିବାବେଳେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ସୁପ୍ରିମକୋର୍ଟ ଘଟଣାର ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଥିଲେ। ପରେ ଦଣ୍ଡସେନାଙ୍କୁ ଗିରଫ କରାଯାଇଥିଲା। ରାୟଗଡ଼ା ଜିଲା ଓ ଦୌରା ଜଜ୍‌ ୨୦୧୬ ଏପ୍ରିଲ ୨୬ରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସେ ଏହି ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri