ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୂର୍ବତନ ଏସ୍‌ଆଇ ତଥା ଅଭିଯୁକ୍ତ ଦଣ୍ଡସେନା ଜାମିନ ପାଇଁ ଆବେଦନ କରିଥିଲେ। ତେବେ ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ର ଏବଂ ବିଚାରପତି ଜଷ୍ଟିସ ଡକ୍ଟର ଏ.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜାମିନ ଆବେଦନକୁ ନାମଞ୍ଜୁର କରିବା ସହ ତାଙ୍କ ସ୍ବାସ୍ଥ୍ୟଗତ ରିପୋର୍ଟ କୋର୍ଟରେ ଦାଖଲ କରିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୂର୍ବରୁ ଦଣ୍ଡସେନାଙ୍କୁ ନିମ୍ନ ଅଦାଲତ ଦୋଷୀ ସାବ୍ୟସ୍ତ କରିଥିବାବେଳେ ସେ ପୁନଃ ବିଚାର ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ମାମଲାର ବିବରଣୀରୁ ପ୍ରକାଶ ଯେ, ରାୟଗଡ଼ା ଜିଲା କାଶୀପୁର ବ୍ଲକର ଟିକିରି ବିଦ୍ୟାଳୟରେ ଠିକା ଶିକ୍ଷୟିତ୍ରୀ ଭାବେ ଇତିଶ୍ରୀ କାର୍ଯ୍ୟରତ ଥିଲେ। ୨୦୧୩ ଅକ୍ଟୋବର ୨୭ତାରିଖରେ ତାଙ୍କୁ କିରୋସିନ ଢ଼ାଳି ଜାଳି ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଟିକିରି ଓ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ତାଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ପରବର୍ତ୍ତୀ ସମୟରେ ବିଶାଖାପାଟଣାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେହିବର୍ଷ ନଭେମ୍ବର ୧ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପୂର୍ବରୁ ସେ ପୂର୍ବତନ ସ୍କୁଲ୍‌ ଏସ୍‌ଆଇ ଦଣ୍ଡସେନାଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ କରିଥିଲେ। ଏହି ଘଟଣାରେ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିବାବେଳେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ସୁପ୍ରିମକୋର୍ଟ ଘଟଣାର ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଥିଲେ। ପରେ ଦଣ୍ଡସେନାଙ୍କୁ ଗିରଫ କରାଯାଇଥିଲା। ରାୟଗଡ଼ା ଜିଲା ଓ ଦୌରା ଜଜ୍‌ ୨୦୧୬ ଏପ୍ରିଲ ୨୬ରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସେ ଏହି ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri