ଟିକ୍‌ଟକ୍‌, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି କେହି ଘରେ ରହି ବି ଏଥିରେ ସାମିଲ ହୋଇଛି। ଏମିତି ଜଣେ କମ୍‌ ବୟସର ନିଆରା ଯୋଦ୍ଧା ହେଉଛନ୍ତି ପୁରୀ ଗଙ୍ଗାରାମ ନୂଆସାହିର ଅଙ୍କିତା ଦାସ। ଏବେ ସେ ନରେନ୍ଦ୍ରକୋଣ ମହିଳା ମହାବିଦ୍ୟାଳୟର ଯୁକ୍ତ ଦୁଇ ଛାତ୍ରୀ। ସେ କଳା ମାଧ୍ୟମରେ ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି। ମା’ ଦୁର୍ଗତିନାଶିନୀଙ୍କ ଚିତ୍ରକଳାକୁ ନେଇ ପ୍ରସ୍ତୁତ କରିଛନ୍ତି ଟିକ୍‌ଟକ୍‌। ଏଥିରେ ମା’ କିପରି ବିଭିନ୍ନ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ କରୋନା ଭୂତାଣୁକୁ ହତ୍ୟା କରୁଛନ୍ତି ତାହା ଦେଖିବାକୁ ମିଳୁଛି। କେବଳ ଟିକ୍‌ଟକ ନୁହେଁ, ଚିତ୍ରକଳା ମାଧ୍ୟମରେ ବି ଲୋକଙ୍କୁ ସଚେତନ କରିଛନ୍ତି। ଅତ୍ୟାବଶ୍ୟକ କାମ ନ ଥିଲେ ଘରୁ ବାହାରିବା ନାହିଁ, ଘରୁ ବାହାରିଲେ ମୁହଁରେ ମାସ୍କ ପିନ୍ଧିବା, ହାତକୁ ବାରମ୍ବାର ସାବୁନରେ ଧୋଇବା, ସାମାଜିକ ଦୂରତ୍ୱ ରକ୍ଷା କରିବା, ବାହାରେ ନ ବୁଲିବା ଓ ସାନିଟାଇଜର ବ୍ୟବହାର ଆଦିକୁ ନେଇ ଚିତ୍ରକଳା ଏବଂ ଟିକ୍‌ଟକ୍‌ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଛାଡ଼ି ଏସବୁକୁ ମାନିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। କରୋନା ଯୋଦ୍ଧା ଭାବେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ସଫେଇ କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ମାନ ମଧ୍ୟ ଜଣାଇଛନ୍ତି ଅଙ୍କିତା। ସେହିପରି ରାଜ୍ୟ ବାହାରେ ଫସିରହିଥିବା ଲୋକଙ୍କୁ ଟିକ୍‌ଟକରେ ଅଭିନୟ ଜରିଆରେ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ଅନୁରୋଧ କରିଛନ୍ତି। ତେବେ କଥାରେ ଅଛି ଛୁରୀର ଦୁଇଟି ଧାର। ଡାକ୍ତର ହାତରେ ପଡ଼ିିଲେ ଶହ ଶହ ଜୀବନ ବଞ୍ଚାଏ, ମାତ୍ର ଅସାମାଜିକ ବ୍ୟକ୍ତି ହାତରେ ପଡ଼ିଲେ ଅନେକ ଜୀବନ ଚାଲିଯାଏ। ଆଜିର ଯୁବପିଢି ସୋସିଆଲ ମିଡ଼ିଆ, ଟିକ୍‌ଟକ ଆଦିକୁ କେଉଁ ଢଙ୍ଗରେ ବ୍ୟବହାର କରୁଛନ୍ତି ତାହା କାହାରିକୁ ଅଛପା ନାହିଁ। କିନ୍ତୁ କରୋନା ପାଇଁ ଟିକ୍‌ଟକକୁ ସମାଜର ହିତ ପାଇଁ ଏଭଳି ଭାବେ ବ୍ୟବହାର କରାଯାଇପାରିବ ବୋଲି ଅଙ୍କିତା କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?