ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ ନିର୍ମିତ ଟ୍ରାନ୍ସଫର୍ମର ମନିଟରିଂ ୟୁନିଟ୍‌ ବା ଟିଏମ୍‌ୟୁର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଉନ୍ନତ ବୈଷୟିକ ସମାଧାନ ମାଧ୍ୟମରେ କମ୍ପାନୀ ଗୁଣାତ୍ମକ ସେବା ଯୋଗାଇଦେବାକୁ ଲକ୍ଷ୍ୟ ରଖିଛି, ଗ୍ରାହକ ସେବାରେ ଉନ୍ନତି ଆଣିବାକୁ କମ୍ପାନୀ ନିରନ୍ତର ପ୍ରୟାସ କରୁଛି। ଟିପିସିଓଡିଏଲ୍‌ ପକ୍ଷରୁ ନିକଟରେ ଟ୍ବିନ୍‌ସିଟି ଭୁବନେଶ୍ୱର ଓ କଟକଠାରେ ଥିବା ୩୩/୧୧ କେଭି ପ୍ରାଥମିକ ସବ୍‌ଷ୍ଟେଶନରେ ଅତ୍ୟାଧୁନିକ ଟିଏମ୍‌ୟୁର ବ୍ୟବହାର ଆରମ୍ଭ କରିଛି। ବିଶେଷକରି ଏହା ଏକା ସମୟରେ ଅନୁଧ୍ୟାନ, ନିୟନ୍ତ୍ରଣ ଏବଂ ଯୋଗାଯୋଗର ଏକ ଅସାଧାରଣ ମିଶ୍ରଣ ପ୍ରଦାନ କରୁଛି। ଏହି ବୈଷୟିକ ଉପକରଣ ଭୋଲଟେଜ୍‌, କରେଣ୍ଟ, ଗ୍ୟାସ୍‌, ଅନଲୋଡ୍‌ ଟ୍ୟାପ୍‌ ଚେଞ୍ଜର, ତୈଳ ଏବଂ ୱାଇଣ୍ଡିଂ ତାପମାତ୍ରା ପରି ଟ୍ରାନ୍ସଫର୍ମର ମାନଦଣ୍ଡଗୁଡିକ ବିଷୟରେ ବାସ୍ତବ ସମୟ ସୂଚନା ପ୍ରଦାନ କରୁଛି। ସେହିଭଳି ଟ୍ରାନ୍ସଫର୍ମର ମନିଟରିଂ ୟୁନିଟ୍‌ଗୁଡ଼ିକ ତ୍ରୁଟିକୁ ଶୀଘ୍ର ଚିହ୍ନଟ କରିବାରେ ଏବଂ ୩୩/୧୧ କେଭି ବିଦ୍ୟୁତ ଟ୍ରାନ୍ସଫର୍ମରର ବିଫଳତାକୁ ଏଡାଇବାରେ ମଧ୍ୟ ସାହାଯ୍ୟ କରିବ। ଏହି ଟିଏମୟୁଗୁଡିକ ପାରମ୍ପରିକ ପ୍ୟାନେଲ ସୁଇଚ୍‌, ତାପମାତ୍ରା ମାପକ ଏବଂ ଲାଚିଂ ରିଲେର ସ୍ଥାନ ନେଇଛି, କୌଣସି ମାନବୀୟ ହସ୍ତକ୍ଷେପ ବିନା ସ୍ବତଃସ୍ଫୂତ୍ତ ଭାବେ ଭୋଲଟେଜ୍‌ ବଢ଼ାଇବା/କମାଇବା ପାଇଁ ସେଗୁଡ଼ିକୁ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri