ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ତଳଗଡ଼ ପଥୁରିଆ ସାହିର ଶ୍ରୀଧର ମଲିକ ଓ ତାଙ୍କ ସାନ ଭାଇ ଜଳଧର ମଲିକ। ଶନିବାର ପୋଲିସ ଶ୍ରୀଧରଙ୍କୁ ସମ୍ବଲପୁର ଜିଲା ରେଢାଖୋଲ ଓ ଜଳଧରଙ୍କୁ ଖୋର୍ଦ୍ଧା ଜିଲା ତାପଙ୍ଗରୁ ଗିରଫ କରିଥିଲା। ଉଭୟେ ପୂର୍ବ ଶତ୍ରୁତାକୁ ନେଇ ପ୍ରଦୀପଙ୍କୁ ଠେଙ୍ଗାରେ ବାଡେଇବା ପରେ ଟିପ୍ପର ଚଢ଼ାଇ ମାରିଥିବା ପୋଲିସ ଆଗରେ ସ୍ବୀକାର କରିଥିବା ରବିବାର ବଡ଼ଚଣା ଥାନାରେ ଏସ୍‌ଡିପିଓ କେଦାରନାଥ ସାହୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗତ ୧୨ ତାରିଖରେ ପ୍ରଦୀପଙ୍କ ଭାଇ ରାମଚନ୍ଦ୍ର ଏବଂ ଶ୍ରୀଧର ଓ ଜଳଧରଙ୍କ ମଧ୍ୟରେ କୌଣସି କାରଖରୁ ନେଇ ଗଣ୍ଡଗୋଳ ହୋଇଥିଲା। ଏହି ସମୟରେ ପଦୀପ ପହଞ୍ଚତ୍ ଶ୍ରୀଧର ଓ ଜଳଧରଙ୍କୁ ବିରୋଧ କରିଥିଲେ। ଏହାପରଠୁ ଅଭିଯୁକ୍ତ ଦ୍ୱୟ ପ୍ରଦୀପଙ୍କୁ ମାରିବା ପାଇଁ ଯୋଜନା କରିଥିଲେ। ଗତ ୧୩ ତାରିଖରେ ପ୍ରଦୀପ ଗ୍ରାମ ରାସ୍ତାରେ ସାଇକେଲ ନେଇ ଆସୁଥିବାବେଳେ ଉଭୟ ଶ୍ରୀଧର ଓ ଜଳଧର ତାଙ୍କୁ ବାଡ଼େଇବା ସହ ଟିପ୍ପର ଚଢାଇ ଦେଇଥିବା ପୋଲିସ କହିଛି। ଏ ନେଇ ଉଭୟଙ୍କୁ ମାମଲା (ନଂ.୨୪୦/୧୯)ରେ ଚଣ୍ଡିଖୋଲ କୋର୍ଟ ଚାଲାଣ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପୋଲିସ କହିଛି। ପ୍ରକାଶ ଯେ, ଗତ ୧୩ ତାରିଖ ରବିବାର ପ୍ରଦୀପଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ସୋମବାର ମୃତଦେହ ବ୍ୟବଚ୍ଛେଦ ହୋଇ ଆସିବା ପରେ ସ୍ଥାନୀୟ ଲୋକେ ବଳରାମପୁର ଛକରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା, କଳିଙ୍ଗନଗର ଅତିରିକ୍ତ ଏସ୍‌ପି ରାଜକିଶୋର ଦୋରା ଓ ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ଆର୍ଥତ୍କ ସହାୟତା କରିଥିଲେ। ଦୁର୍ଘଟଣାଗ୍ରସ୍ତ ଗାଡିକୁ ପୋଲିସ ଜବତ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?